Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ସ୍ଥିତ ବଡ଼କୁଳ ପାନ୍ଥନିବାସ ଠାରେ ଉଦଘାଟିତ ହେଲା ରଜ ଉତ୍ସବ
ଆଞ୍ଚଳିକ

ଚିଲିକା ସ୍ଥିତ ବଡ଼କୁଳ ପାନ୍ଥନିବାସ ଠାରେ ଉଦଘାଟିତ ହେଲା ରଜ ଉତ୍ସବ

June 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ସ୍ଥିତ ବଡ଼କୁଳ ପାନ୍ଥନିବାସ ଠାରେ ଗଣ ପର୍ବ ରଜ ଉତ୍ସବ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ପାନ୍ଥନିବାସ ପ୍ରବନ୍ଧକ ସବ୍ୟସାଚୀ କରଙ୍କ ପୌରହିତ୍ୟରେ ଆୟୋଜିତ ଉକ୍ତ ଉତ୍ସବକୁ ବଡ଼କୁଳ ସରପଞ୍ଚ ପ୍ରହଲ୍ଲାଦ ବେହରା ଓ ଡୁଙ୍ଗମାଳ ସରପଞ୍ଚ ଗଣେଶ୍ୱର ସ୍ୱାଇଁ ମିଳିତ ଭାବେ ଉଦଘାଟନ କରିଥିବାବେଳେ ସ୍ଥାନୀୟ ଜନ ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି ଏବଂ ଓଟିଡିସି କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ଚିଲିକାର ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ନୌବିହାର ପାଇଁ ବଡ଼କୁଳ ପାନ୍ଥନିବାସ କୁ ଦେଶ ବିଦେଶରୁ ସଦାସର୍ବଦା ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ପାନ୍ଥନିବାସରେ ରଜ ଉତ୍ସବର ଆୟୋଜନ କରାଯାଇଛି। ରଜ ପର୍ବ ଉପଲକ୍ଷେ ରଜ ପାନ,ବିଭିନ୍ନ କିସମର ପିଠା ଓ ମିଠା ପ୍ରସ୍ତୁତ କରାଯାଇ ସୁଲଭ ମୂଲ୍ୟରେ ପର୍ଯ୍ୟଟକଙ୍କୁ ଯୋଗାଇ ଦେଇଥାଏ ପାନ୍ଥନିବାସ।

ଏଥିସହିତ ରଜ ଦୋଳିର ମଜା ନେବାପାଇଁ ପାନ୍ଥନିବାସ ପରିସରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରଜଦୋଳିର ମଧ୍ୟ ବ୍ୟବସ୍ଥା କରାଯାଇଛି। ଶ୍ରୀ କରଙ୍କ ସୂଚନା ମୁତାବକ ଏହି ଗଣପର୍ବ ୨୦୧୫ ମସିହାରୁ ଏଠାରେ ପାଳିତ ହୋଇଆସୁଥିବା ବେଳେ ଗତ ଦୁଇ ବର୍ଷ କରୋନା କଟକଣା ନିମନ୍ତେ ବନ୍ଦ ଥିଲା।ମାତ୍ର ଚଳିତ ବର୍ଷ କରୋନା ର ପ୍ରକୋପ କମିବାପରେ ପୁଣି ପାରମ୍ପରିକ ଭାବେ ଏହି ଉତ୍ସବ ପାଳନ କରାଯାଇଛି। ଏହି ପର୍ଵ ଦୀର୍ଘ ତିନି ଧରି ପାଳନ କରାଯିବ।

ଚିଲିକା ବଡକୁଳ ପାନ୍ଥନିବାସ ରଜ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ବଞ୍ଚିଛି ସଂସ୍କୃତି, ବଦଳୁଛି ମାନସିକତା

June 9, 2026

ରଜରେ ସମସ୍ତେ କାହିଁକି ପାନ ଖାଇଥାନ୍ତି?: କିଛି କାରଣ ରହିଛି କି?

June 8, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.