ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

Published: Sep 19, 2022, 10:41 am IST

ଭୁବନେଶ୍ବର: ଧାମନଗର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, “ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’

ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କିଡ଼ନୀ ରୋଗରେ ଆକ୍ରାନ୍ତ ଭୁବନେଶ୍ବରର ଏମସରେ ଚିକିତ୍ସିତ ହେଉଥିଲେ। କିଛିଦିନ ତଳେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।

Related posts