ଯୋଗ୍ୟ ଅଯୋଗ୍ୟ ବିଷୟରେ କଣ କୁହନ୍ତି ଆଚାର୍ଯ୍ୟ, ପଢନ୍ତୁ ଆଜିର ଚାଣକ୍ୟ ନୀତି

Published: Dec 3, 2021, 6:53 am IST

ଭୁବନେଶ୍ବର: ଯୋଗ୍ୟ ଏବଂ ଅଯୋଗ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସୁନ୍ଦର ବର୍ଣ୍ଣନା କରିଛନ୍ତି। ଯାହା ପ୍ରତିଟି ମଣିଷର ଜ୍ଞାନ ବୃଦ୍ଧିରେ ନିଶ୍ଚିତ ସହାୟକ ହେବ। ଚାଣକ୍ୟଙ୍କ ମତରେ ଯେଉଁ ରାଜ୍ୟରେ କୁଶାସନ ଚାଲିଥିବ ସେଠାରେ ରାଜା ଥାଇ ଯାହା ନ ଥାଇ ମଧ୍ୟ ସେଇୟା। କାରଣ ରାଜା ଥାଇ ଯଦି ଶାସନ ବ୍ୟବସ୍ଥା ଠିକ ହୋଇପାରୁ ନାହିଁ, ତେବେ ସେଠାରେ ରାଜାଙ୍କର ଆବଶ୍ୟକତା କିଛି ନାହିଁ।

ସେହିପରି ଚାଣକ୍ୟ କହିଛନ୍ତି କୁମିତ୍ରଠାରୁ ମିତ୍ର ନ ରହିବା ଭଲ। ଅର୍ଥାତ ଯଦି ଆପଣଙ୍କର କୁମିତ୍ର ଅଛନ୍ତି ତେବେ କଥା ସରିଲା। ସେହିପରି ଲୋକ ରହିବା ଯାହା ବରଂ ବିଲକୁଲ ମିତ୍ର ନ ରହିବା ସବୁଠୁ ଭଲ। ସେହିପରି ଜଣେ ଗୁରୁଙ୍କର ଯଦି ଅଯୋଗ୍ୟ ଶିଷ୍ୟଟିଏ ରହିଲା ତେବେ ତାଙ୍କର କୌଣସି ଶିଷ୍ୟ ନ ରହିବା ଭଲ। ଚାଣକ୍ୟ ଆହୁରି କହିଛନ୍ତି ଯେ, ଯଦି ଦୁଷ୍ଟ ସ୍ତ୍ରୀଟିଏ ଆପଣଙ୍କ କପାଳକୁ ଜୁଟିଲା ତେବେ ଭଲ ହୁଅନ୍ତା ଆପଣଙ୍କର ସ୍ତ୍ରୀ ନ ରହିବା।

Related posts