ମଣିଷ ଜୀବନରେ ସବୁଠୁ ଭଲ କର୍ତ୍ତବ୍ୟ କଣ?: ଜାଣନ୍ତୁ ଆଚାର୍ଯ୍ୟ ଚାଣକ୍ୟଙ୍କର ଏହି ଉପଦେଶ

Published: Jan 24, 2022, 8:31 am IST

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସାଧାରଣ ମଣିଷ ତା ଜୀବନ କାଳ ମଧ୍ୟରେ କଣ କର୍ତ୍ତବ୍ୟ କରିବା ଉଚିତ ତାହା ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ମଣିଷ ସତ୍ ବାଟରେ ଯିବା ପାଇଁ ସତ୍ କର୍ମ କରିବା ଉଚିତ। ସେଥିପାଇଁ ଆଚାର୍ଯ୍ୟ ଚାଣକ୍ୟ କେତୋଟି ଉପଦେଶ ଦେଇଛନ୍ତି।

ପ୍ରଥମ କଥା ହେଲା ସତ୍ ପାତ୍ରରେ କନ୍ୟାଦାନ କରିବା ମଣିଷର ବଡ କର୍ତ୍ତବ୍ୟ। ସେହିପରି କନ୍ୟା ଓ ପୁତ୍ରକୁ ଉଚ୍ଚ ଶିକ୍ଷା ପ୍ରଦାନ କରିବା ଉଚିତ। ଝିଅକୁ ଶିକ୍ଷିତା କରି ସତ ପାତ୍ରରେ କନ୍ୟାଦାନ କରିବା ମଣିଷର ବା ପିତାମାତାଙ୍କର ଏକ ବଡ କର୍ତ୍ତବ୍ୟ।

ସେହିପରି ଶତ୍ରୁଙ୍କୁ ବିପଦରେ ପକାଇବା ଏବଂ ମିତ୍ରଙ୍କୁ ସଠିକ ରାସ୍ତା ଦେଖାଇବା ହେଉଛି ମଣିଷର ଭଲ କର୍ତ୍ତବ୍ୟ। ଚାଣକ୍ୟ କହିଛନ୍ତି ଯେ, ଶତ୍ରୁକୁ ଏପରି ବିପଦ ଭିତରେ ପକାଇ ଦିଅନ୍ତୁ ଯେପରି ସେ ସେହି କାମରେ ଲାଗି ରହିବ। ଆପଣଙ୍କ ପଛରେ ଲାଗିବା ପାଇଁ ଆଉ ସମୟ ପାଇବ ନାହିଁ। ଅନ୍ୟପଟେ ମିତ୍ରଙ୍କୁ ମଧ୍ୟ ସଠିକ ମାର୍ଗ ଦର୍ଶନ କରାଇବା ମଣିଷ ଜୀବନରେ ବଡ ଧର୍ମ ଅଟେ।

Related posts