ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

Published: Jan 25, 2022, 6:56 am IST

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଶ୍ରେଷ୍ଠତା କଣ ଏବଂ ଏହା କିପରି କରାଯାଏ ସେ ସଂପର୍କରେ ଅବଗତ କରାଇଛନ୍ତି। ସେଥିପାଇଁ ସେ ପାଞ୍ଚୋଟି ପ୍ରସଂଗକୁ ଉତଥାପନ କରିଛନ୍ତି। ସେଗୁଡିକ ହେଲା

ଅଭ୍ୟାସରୁ ବିଦ୍ୟାର ଶ୍ରେଷ୍ଠତା: ସାଧାରଣତଃ ବିଦ୍ୟା ଅଧ୍ୟୟନ କରିଦେଲେ ଯେ ସବୁକିଛି ହୋଇଗଲା ତାହା ନୁହେଁ। ଯେ ପର୍ଯ୍ୟନ୍ତ ପଢିଥିବା ପାଠକୁ ଅଭ୍ୟାସ ନ କରିଛନ୍ତି ସେ ପର୍ଯ୍ୟନ୍ତ ବିଦ୍ୟାର ଶ୍ରେଷ୍ଠତା ପ୍ରତିପାଦନ କରାଯାଇପାରିବ ନାହିଁ। ଆଉ ଶ୍ରେଷ୍ଠତା ଜାଣିବା ପରେ ତାହାକୁ ବିଭିନ୍ନ କାର୍ଯ୍ୟରେ ବିନିଯୋଗ କରାଯାଇପାରିବ।

ଆଚରଣରୁ ବଂଶର ଶ୍ରେଷ୍ଠତା: ମଣିଷ ଆଚରଣରୁ ତାହାର ବଂଶର ଶ୍ରେଷ୍ଠତା ବିଷୟରେ ଜାଣିହେବ ବୋଲି ଚାଣକ୍ୟ କହିଛନ୍ତି। ଯଦି କୌଣସି ବ୍ୟକ୍ତିଙ୍କର ଆଚରଣରେ ଖରାପ ପରିଲକ୍ଷିତ ହୁଏ, ତେବେ ଭାବି ନେବ ଯେ ଏହାଙ୍କ ବଂଶ ପରଂପରା ଭଲ ନୁହେଁ।

ଗୁଣାବଳୀରୁ ମାନବିକତା: ମଣିଷ ସହିତ ଚାଳିଚଳନ କରିବା ପରେ ତାହାର ଗୁଣ କଣ ଅନ୍ୟମାନେ ଜାଣିପାରିବେ। ଆଉ ଏହି ଗୁଣ ବିଷୟରେ ଅବଗତ ହେବା ପରେ ତାହାର ମାନବିକତାର ଶ୍ରେଷ୍ଠତା କେତେ ମାପି ହେବ।

ଚାହାଣୀରୁ କ୍ରୋଧ: ମଣିଷର ଚାହାଣୀରୁ କେତେ କ୍ରୋଧ ରହିଛି ତାହା ଜଣାପଡିବ ବୋଲି ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି।

Related posts