ନୂଆଦିଲ୍ଲୀ : ବିଗତ କିଛି ଦିନ ଧରି ବଢି ଚାଲିଥିବା କରୋନା ମୃତ୍ୟୁ ସଂଖ୍ୟା ୪୦୦ ତଳକୁ ଖସିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୨୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୯୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୦୨୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ୫୭ ହଜାର ୦୨୯ରେ ପହଞ୍ଚିଛି । ୫୨୬ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୦୧୯ରେ ପହଞ୍ଚିଛି ।
ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାର ୧୩୬ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୩ ଲକ୍ଷ ୫୭ ହଜାର ୪୬୪ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୩୨୭୩ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୬ ହଜାର ୫୪୬ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୫୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୨୫୯ ଏବଂ ଦିଲ୍ଲୀରୁ ୧୯୩୫ ଜଣନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୮୦ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୭ ମୃତ୍ୟୁ ସହିତ ଦିଲ୍ଲୀ ଏବଂ ୪୪ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ।