ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1807କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତ ଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ଭୁବନେଶ୍ବରରୁ 59 ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାରୁ 64 ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ 58 ବର୍ଷୀୟ ବ୍ୟକ୍ତି ଓ 68 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ 59 ବର୍ଷୀୟ ପୁରୁଷଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Tags: କରୋନା