ରାଜ୍ୟରେ ଆଉ  ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

Published: Dec 19, 2020, 12:16 pm IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୮୩୨ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଜଗତସିଂପୁର, ପୁରୀ, ନୂଆପଦରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଜଗତସିଂପୁରରୁ ୮୨ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ପୁରୀ ରୁ ୭୮ ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ନୂଆପଡା ରୁ ୭୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Related posts