ଭୁବନେଶ୍ବର: ରାଜ୍ୟରେ ଆଜି ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୧୪ ଜଣ ଚିହ୍ନଟ ହୋଇଥିବାବେଳେ ୧୫୮ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ହଜାର ୨୩୩କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୧ହଜାର ୩୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୫ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୩୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍ ୩୭୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୫୦ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକରୁ ୨୬ଜଣ, ଦେଓଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪୭ ଜଣ ଏବଂ ଷ୍ଟେଟ ପୁଲ୍ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।