![](https://thesamikhsya.com/odia/wp-content/uploads/2020/08/corona-breaking-new-57.jpg)
ଭୁବନେଶ୍ବର: ରାଜ୍ୟରେ ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୧୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୨୭୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୩୪୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୬ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୪୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ମୋଟ୍ ୩୬୪ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲା ରୁ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ, କଟକରୁ ୨୧ ଜଣ, ଗଜପତିରୁ ୨, ଗଞ୍ଜାମରୁ ୭ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁରରୁ ୧ ଜଣ ଏବଂ ଷ୍ଟେଟ ପୁଲ୍ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।