Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଜମି ମାଲିକଙ୍କୁ ପଟ୍ଟା ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଜମି ମାଲିକଙ୍କୁ ପଟ୍ଟା ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

December 24, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଟାଉନ୍‌ ପ୍ଲାନିଂ ଯୋଜନରେ ଆଜି ପଟ୍ଟା ମିଳିଛି ।ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗିଦାରୀ ଏକ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା। ଲୋକଙ୍କ ସହଯୋଗରେ ସହରାଞ୍ଚଳରେ ଏହିଭଳି ଯୋଜନାବଦ୍ଧ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ରୋଲମଡେଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି  ସେ  କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭୁବନେଶ୍ବର କେବଳ ରାଜ୍ୟ ନୁହେଁ, ସାରା ଦେଶର ଏକ ଆକର୍ଷଣୀୟ ସହର । ଏହାର ଲୋକସଂଖ୍ୟା ଓ ପରିସୀମା କ୍ରମାଗତଭାବେ ବୃଦ୍ଧି ପାଉଛି । ଏ ଦୃଷ୍ଟିରୁ ଏହାର ସାମଗ୍ରିକ (holistic) ବିକାଶ ପାଇଁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ସହରର ଉପକଣ୍ଠରେ ଜନସାଧାରଣଙ୍କ ଭାଗିଦାରୀରେ ଟାଉନ ପ୍ଲାନିଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଇଛନ୍ତି । କ୍ରମବର୍ଦ୍ଧିଷ୍ଣୁ ସହର ଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସଂପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଯୋଜନାବଦ୍ଧ ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହେବ ଏବଂ ଅନ୍ୟ ସହରମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ସହର ଗୁଡିକ ହେଉଛି ଅର୍ଥନୈତିକ ବିକାଶର ଇଞ୍ଜିନ । ଏହାର ନିରନ୍ତର, ସାମଗ୍ରିକ ବିକାଶ ପାଇଁ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଏକ ଆର୍ଥିକ ସୁରକ୍ଷାବଳୟ ସୃଷ୍ଟି ସହିତ ବିକାଶ ଯୋଜନା ଗୁଡିକୁ କାର୍ଯ୍ୟକାରୀ କରାଯିବା ଉଚିତ ବୋଲି  ମୁଖ୍ୟମନ୍ତ୍ରୀ।ମତ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଟାଉନ ପ୍ଲାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଏ। ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମି ମାଲିକମାନେ ଉପକୃତ ହୁଅନ୍ତି । ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ଟି ଟାଉନ ପ୍ଲାନିଂ କରାଯାଇଛି । ପ୍ରାଥମିକଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି । ଏଥିରେ ସମୁଦାୟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି ।

ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ରାଜ୍ୟରେ ପ୍ରଥମ ଥର ପାଇଁ ବିଡିଏ ପକ୍ଷରୁ ଭୁବନେଶ୍ବରରେ ଏଭଳି  ଅଭନବ ଯୋଜନା କାର୍ଯ୍ୟକାରୀ କରାଯାଇଛି। ସହରର ଭିତ୍ତିଭୂମି ବିକାଶ ପାଇଁ ଏହି ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଏହି ଅବସରରେ ଯୋଜନା ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍, ରାଜସ୍ବ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ବିଭାଗର ସଚିବ ଶ୍ରୀ  କିଶନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ

August 14, 2026

୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

August 14, 2026

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ

August 14, 2026
Latest News

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ

August 14, 2026

୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

August 14, 2026

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ

August 14, 2026

ହର ଘର ତ୍ରିରଙ୍ଗା: ଦେଶପ୍ରେମର ଭାବନାରେ ଏକାଠି ହେଲେ ଖୋର୍ଦ୍ଧାର ଆଇନଜୀବୀ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.