ଭୁବନେଶ୍ବର: ରାଜ୍ୟରେ ଆଜି ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୯୪ଜଣ ଚିହ୍ନଟ ହୋଇଥିବାବେଳେ ୧୪୦ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୨୦୧କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୩୭୮ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୯୧୩ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ମୋଟ୍ ୩୨୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲା ରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧଜିଲ୍ଲା ରୁ ୨ ଜଣ, କଟକରୁ ୨୬ ଜଣ, ଦେଓଗଡରୁ ୧ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲା ରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ରାୟଗଡା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।