ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ଦେଶରେ ଘଣ୍ଟାରେ ୨୦ହଜାର ୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧,୪୭,୬୨୨ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ଲକ୍ଷ ୭ହଜାର ୮୭୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୭ ହଜାର ୯୦୧ରେ ପହଞ୍ଚିଛି। ଅନ୍ୟପକ୍ଷରେ ୨ଲକ୍ଷ ୭୭ହଜାର ୩୦୧ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୭ଲକ୍ଷ ୮୨ହଜାର ୬୬୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ଦେଶର ମୋଟ ସୁସ୍ଥ ପ୍ରତିଶତ ୯୫.୮୨ ପ୍ରତିଶତ ରହିଛି।