Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆ ବର୍ଷ ଆରମ୍ଭରୁ ବାଜିଲା ସତର୍କ ଘଣ୍ଟି, ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଜାତୀୟ ଖବର

ନୂଆ ବର୍ଷ ଆରମ୍ଭରୁ ବାଜିଲା ସତର୍କ ଘଣ୍ଟି, ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

January 5, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ନୂଆ ବର୍ଷ ଆରମ୍ଭରୁ ବାଜିଲା ସତର୍କ ଘଣ୍ଟି, ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି। ଅପାରଗ ତଥା ଅସାଧୁ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ଏବଂ ପ୍ରଶାସନରୁ ଦୁର୍ନୀତି ଓ ଅପାରଗତା ଦୂର କରିବାପାଇଁ ସବୁବେଳେ କଠୋର ପଦକ୍ଷେପ ନେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ

1-ଜେଲ ବିଭାଗର ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ। ସେ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା। ଜେଲ ବିଭାଗରେ ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା।

2-ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ. ଭାବରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି। ୨୦୧୬ ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଧରା ପଡିଥିଲେ। ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି ।

3-ଏକାନ୍ତ ପ୍ରିୟ ନାୟକ, କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ଯ୍ୟରତ ଥିଲେ। ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା ।

4-ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ହୋଇଥିବାରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

5-ଦେବେନ୍ଦ୍ର ନାଥ ବେହେରା, ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି। ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି। ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠର ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି।

6-ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି। ତାଙ୍କର ସାଧୁତା ସନ୍ଦେହ ଜନକ। ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି।

7-ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହ ଜନକ।  ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି ।

ଏହି ବାଧ୍ୟତାମୂଳକ ଅବସର ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।  ଗତ ଡିସେମ୍ବର ୩୦ ତାରିଖରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପ୍ରଶାସନରେ ସ୍ବଚ୍ଛତା, ଉତ୍ତରଦାୟୀତ୍ବ ଓ ସେବା ମନୋଭାବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ତେଣୁ ଦୁର୍ନୀତି ତଥା ଲୋକଙ୍କୁ ସେବା ଯୋଗାଇବାରେ ଅବହେଳା କରୁଥିବା କର୍ମଚାରୀମାନଙ୍କ ପାଇଁ ଏହି ପଦକ୍ଷେପ ଏକ ସତର୍କ ଘଣ୍ଟି।

ବାଧ୍ୟତାମୂଳକ ଅବସର
Share. Facebook Twitter LinkedIn Email WhatsApp Copy Link

Related Posts

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026
Latest News

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.