ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହୋଇ ୪ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ପୂର୍ବରୁ ଦୁଇ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏନେଇ ଆରଏସପି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଆଜି ସକାଳ ପ୍ରାୟ ୯ଟା ବେଳେ ଆରଏସପିର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ କର୍ମଚାରୀ କାର୍ଯ୍ୟରତ ଥିବା ବେଳେ ଗ୍ୟାସ୍ ଲିକ୍ ହୋଇଥିଲା। ଖବର ପାଇ ପ୍ଲାଣ୍ଟର ଅଗ୍ନିଶମ କର୍ମଚାରୀ ପହଞ୍ଚି ଅସୁସ୍ଥ ୧୦ ଜଣଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ପ୍ରଥମେ ପ୍ଲାଣ୍ଟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଆଇଜିଏଚରେ ଭର୍ତ୍ତି କରାଯାଇଥିଲା। ସେଠାରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୬ ଜଣ ସୁସ୍ଥ ଥିବା ଜଣାପଡ଼ିଛି।