Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଟୀକାକରଣ ପାଇଁ ଓଡିଶା ପ୍ରସ୍ତୁତ: ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ବିଶେଷ ଖବର

ଟୀକାକରଣ ପାଇଁ ଓଡିଶା ପ୍ରସ୍ତୁତ: ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

January 6, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି। ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି।

ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍‌ ଡାଉନ ମଧ୍ୟ ପୁଣି ଲାଗୁ କରାଗଲାଣି। ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡ ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ। ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍‌ରେ ରହିଥିବା ବେଳେ ତୀଗ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍‌ ହୋଇଯାଇଛୁ। ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି। ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି। ଏହି ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ। ତେଣୁ ଟୀକା ସଂପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଟୀକାକରଣ ଚଳିତ ବର୍ଷର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ।

ତେଣୁ ଏହାକୁ ସୂଚାରୁ ରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ତଥାପି ଆର୍ଥିକ ଦୁର୍ବଳଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ଏବଂ ଏ ସଂପର୍କରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଆଗାମୀ ମାସରେ ଏ ସଂପର୍କରେ ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛି . ଏବଂ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୦ ମଧ୍ୟରେ ସୀମିତ ରହିଛି। ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ଶ୍ରୀ ମହାପାତ୍ର କହିଥଲେ।

ଟୀକାକରଣ ଏବଂ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଥିଲେ ଯେ ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ଗତକାଲି ଠାରୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୩୦ ତାରିଖରୁ ନିୟମିତ ଭାବରେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା। ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ ପରୀକ୍ଷା କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ।

ଟୀକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କେନ୍ଦ୍ର ସରକାରଙ୍କର ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି। ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂ କମିଟି ବୈଠକ ସଂପୂର୍ଣ୍ଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ।

ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ, ସ୍କୁଲ-କଲେଜ ଖୋଲିବା ସଂପର୍କରେ ଏସଓପି ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ଟୀକାକରଣ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ସତର୍କ ରହିବା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଆପଣ କିପରି ଜାଣିଲେ ଚୀନ୍ ୨୦୦୦ କିମି ଜମି ଦଖଲ କରିଛି?: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

August 4, 2025

ଉପରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା ପରେ ରାଷ୍ଟ୍ରପତିଙ୍କୁ କାହିଁକି ଭେଟିଲେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ

August 4, 2025

ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ରାଷ୍ଟ୍ରୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ଦିଲ୍ଲୀରେ କହିଲେ……

August 3, 2025
Latest News

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.