Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୋମବାରରେ ତିରିଶ ହଜାର ସ୍ବାସ୍ଥ୍ୟ କର୍ମୀ ନେଲେ ଟୀକା, ସମସ୍ତଙ୍କୁ ଟୀକା ନେବା ପାଇଁ କରାଗଲା ଅନୁରୋଧ
ଜାତୀୟ ଖବର

ସୋମବାରରେ ତିରିଶ ହଜାର ସ୍ବାସ୍ଥ୍ୟ କର୍ମୀ ନେଲେ ଟୀକା, ସମସ୍ତଙ୍କୁ ଟୀକା ନେବା ପାଇଁ କରାଗଲା ଅନୁରୋଧ

January 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ରବିବାର ଦିନର ବିରତି ପରେ ସୋମବାର ଦ୍ୱିତୀୟ ଦିନରେ କୋଭିଡ୍‌ ଟୀକାକରଣ ଆରମ୍ଭ ହୋଇଥିଲା । ଏହି ଟୀକାକରଣ କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ସମସ୍ତ ଜିଲ୍ଲାକୁ ସେମାନଙ୍କର ମାଇକ୍ରୋ- ପ୍ଲାନ୍‌ ପ୍ରସ୍ତୁତ କରିବାକୁ କୁହାଯାଇଥିଲା, ଯାହାଫଳରେ ପୂର୍ବରୁ ତାଲିକାଭୁକ୍ତ ସ୍ୱାସ୍ଥ୍ୟସେବା ହିତାଧିକାରୀଙ୍କ ଟୀକାକରଣକୁ ଅନ୍ତର୍ଭୁକ୍ତ କରାଯିବ । ସେହି ଅନୁଯାୟୀ ସେମାନେ ସେମାନଙ୍କର ମାଇକ୍ରୋ ପ୍ଲାନ୍‌ ଦାଖଲ କରିଛନ୍ତି ।

ଟୀକାକରଣ  ପାଇଁ ମେଡିକାଲ୍‌ କଲେଜ ଏବଂ ବଡ଼ ବେସରକାରୀ ଡାକ୍ତରଖାନାରେ ୫ଟି କେନ୍ଦ୍ର , ଜିଲ୍ଲା ସଦର ମହକୁମା ହସ୍‌ପିଟାଲ୍‌ରେ ଗୋଟିଏରୁ ଦୁଇଟି କେନ୍ଦ୍ର, ଉପଖଣ୍ଡ ହସ୍‌ପିଟାଲ୍‌ ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକ ଓ୍ୱାର୍ଡରେ ଆଜିଠାରୁ ଜାନୁଆରୀ ସୁଦ୍ଧା ଶେଷ କରିବାକୁ ଯୋଜନା କରାଯାଇଛି । ସମସ୍ତ ବର୍ଗର କର୍ମଚାରୀ ଏହି ସବୁ କେନ୍ଦ୍ରରେ ଅନ୍ତର୍ଭୁକ୍ତ ହେବାକୁ ଯୋଜନା କରାଯାଇଛି ।  ପ୍ରଥମ ଦିବସରେ ୧୬୧ଟି କେନ୍ଦ୍ର କରାଯାଇଥିଲା, ଯେଉଁଥିରେ ୧୩,୯୮୦ ଜଣ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କୁ ଟୀକା ଦିଆଯାଇଥିଲା।

ସୋମବାର ଦିନ ସମୁଦାୟ ୩୮୦ଟି କେନ୍ଦ୍ର ଯୋଜନା କରାଯାଇଥିଲା ଏବଂ ଟୀକାକରଣ ସୁରୁଖୁରୁରେ ଚାଲିଛି । ସନ୍ଧ୍ୟା ୬ଟା  ପର୍ଯ୍ୟନ୍ତ ୩୦,୧୬୧ ଜଣ ସ୍ୱାସ୍ଥ୍ୟ ସେବା କର୍ମଚାରୀ ହିତାଧିକାରୀଙ୍କୁ ଟୀକାକରଣ କରାଯାଇଛି, ଯାହା ତାଲିକାଭୁକ୍ତ ମୋଟ ହିତାଧିକାରୀଙ୍କର ୯୫ ପ୍ରତିଶତ ଅଟେ । ୨୫ ଜାନୁଆରୀ ୨୦୨୧ ସୁଦ୍ଧା ପଂଜୀକରଣ ପ୍ରକ୍ରିୟା ଶେଷ କରିବାକୁ ସମସ୍ତ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ଗୋଟିଏ ସାମାନ୍ୟ ଧରଣର ପାଶ୍ୱ ପ୍ରତିକ୍ରିୟା ମାମଲା ରିପୋର୍ଟ ହୋଇଛି । ହିତାଧିକାରୀ ବର୍ତ୍ତମାନ ଭଲ ଅଛନ୍ତି ।

ଆଜି ୫୦ ହଜାର  ସ୍ୱାସ୍ଥ୍ୟକର୍ମୀଙ୍କୁ ଟୀକା ଦିଆଯିବ ବୋଲି ଲକ୍ଷ ରଖାଯାଇଛି । ଯେହେତୁ ସମସ୍ତ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ପୂର୍ଣ୍ଣ ଟୀକାକରଣ ପାଇଁ ରାଜ୍ୟରେ ଖୁବ୍‌ ଶୀଘ୍ର  ପର୍ଯ୍ୟାପ୍ତ ଟୀକା ଉପଲବ୍ଧ ହେବ, ସେଥି ପାଇଁ ହିତାଧିକାରୀମାନଙ୍କୁ ଟୀକାକରଣ  ପାଇଁ ଆସିବାକୁ ପୁନର୍ବାର ଅନୁରୋଧ କରାଯାଇଛି । ଯେହେତୁ ଏହା ଏକ ସ୍ବେଚ୍ଛାକୃତ ଟୀକାକରଣ କାର୍ଯ୍ୟକ୍ରମ, ସେହି ହିତାଧିକାରୀମାନେ ଯେଉଁମାନେ ଇଚ୍ଛାକୃତ ଭାବରେ ଟୀକାକରଣକୁ ପ୍ରତ୍ୟାଖ୍ୟାନ କରୁଛନ୍ତି, ପରବର୍ତ୍ତୀ ସମୟରେ ସରକାରଙ୍କ ତରଫରୁ ମାଗଣା କୋଭିଡ୍‌ ଟୀକାକରଣ ପାଇଁ ସୁଯୋଗ ପାଇବେ ନାହିଁ ବୋଲି ସୂଚନା ଦିଆଯାଇଛି।

3rd day of vaccine Covid Vaccine କରୋନା ଟୀକା କୋଭିଡ ଟୀକା
Share. Facebook Twitter LinkedIn Email WhatsApp Copy Link

Related Posts

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026

ଉଦ୍‌ଘାଟିତ ହେଲା ୫୭ଟି ନୂଆ ସବ୍‌-ରେଜିଷ୍ଟ୍ରେସନ୍ ଅଫିସ୍, ଆମ ସାଥୀ WhatsApp Bot ବ୍ୟବସ୍ଥା

February 5, 2026

ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ

February 5, 2026

ଲାଇନଚ୍ୟୁତ ଚେନ୍ନାଇ-ନିୟୁ ଜଲପାଈଗୁଡ଼ି ଏକ୍ସପ୍ରେସର କୋଚ୍‌ଗୁଡ଼ିକ ପୁନଃସ୍ଥାପନ, ଟ୍ରେନ୍ ଚଳାଚଳ ସ୍ୱାଭାବିକ

February 5, 2026
Latest News

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026

ଉଦ୍‌ଘାଟିତ ହେଲା ୫୭ଟି ନୂଆ ସବ୍‌-ରେଜିଷ୍ଟ୍ରେସନ୍ ଅଫିସ୍, ଆମ ସାଥୀ WhatsApp Bot ବ୍ୟବସ୍ଥା

February 5, 2026

ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ

February 5, 2026

ଲାଇନଚ୍ୟୁତ ଚେନ୍ନାଇ-ନିୟୁ ଜଲପାଈଗୁଡ଼ି ଏକ୍ସପ୍ରେସର କୋଚ୍‌ଗୁଡ଼ିକ ପୁନଃସ୍ଥାପନ, ଟ୍ରେନ୍ ଚଳାଚଳ ସ୍ୱାଭାବିକ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.