ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ

Published: Jan 31, 2021, 5:02 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୬୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts