Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରେନ୍ଦ୍ରପୁର କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ଓଡଗାଁକୁ ହରାଇ ଚମ୍ପିୟାନ ହେଲା ରାହାଣବେଲ୍ଲୀ
ଆଞ୍ଚଳିକ

ନରେନ୍ଦ୍ରପୁର କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ଓଡଗାଁକୁ ହରାଇ ଚମ୍ପିୟାନ ହେଲା ରାହାଣବେଲ୍ଲୀ

February 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ନରେନ୍ଦ୍ରପୁର କ୍ରିକେଟ କ୍ଲବ ଆନୁକୁଲ୍ୟରେ ଏକ ଟେନିସ ବଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଆଜିର ଉଦଯାପନୀ ଦିବସରେ ବିବିଏସଟିଆର ରାହାଣବେଲ୍ଲୀ ଓ  ସନ ସାଇନ ସ୍ପୋର୍ଟିଂ ଓଡଗାଁ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଅଛି।

ଏହି ମ୍ୟାଚରେ ରାହାଣବେଲ୍ଲୀ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ରାହାଣବେଲ୍ଲୀ ନିର୍ଦ୍ଧାରିତ ୧୫ ଓଭରରେ ସମସ୍ତ ୱିକେଟ ହରାଇ ୧୧୫ ରନ ସଂଗ୍ରହ କରିଥିଲା। ୧୧୬ ରନର ସ୍କୋରକୁ ପିଛା କରି ଓଡଗାଁ ୭ ୱିକେଟ ହରାଇ ମାତ୍ର ୧୦୨ ରନ କରିବାକୁ ସକ୍ଷମ ହୋଇଥିଲା। ଯାହାଫଳରେ ରାହାଣବେଲ୍ଲୀ ୧୩ ରନରେ ବିଜୟ ହୋଇ ଚମ୍ପିୟାନ ହୋଇଥିଲା। ରାହାଣବେଲ୍ଲୀ ଟିମର ଚନ୍ଦୁ ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବେ ବିବେଚିତ ହେବା ସହ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଖେଳାଳି ଏବଂ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ମନୋନୀତ ହୋଇଥିଲେ।

ଏହି ଅବସରରେ ମୁଖ୍ୟ ଅଥିତି ଭାବେ ଚିଲିକା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗ ଦେଇ ବିଜେତା ଏବଂ ଉପବିଜେତା ଦଳକୁ ପୁରଷ୍କୃତ କରିଥିଲେ। ନରେନ୍ଦ୍ରପୁର ଟିମର ସମସ୍ତ ସଦସ୍ୟଙ୍କ ସାହାଯ୍ୟରେ ଏହି ଟୁର୍ଣ୍ଣାମେଣ୍ଟଟି ସଫଳ ଭାବେ ସମ୍ପାଦିତ ହୋଇଥିଲା।

କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ: ଆଧ୍ୟାତ୍ମିକତାରେ ମୁଖରିତ ହେଲା ମହାବିଦ୍ୟାଳୟ ପରିସର

August 10, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.