ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସୁନ୍ଦରଗଡ, ପୁରୀ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୭, ଯାଜପୁରରୁ ୫, ସମ୍ବଲପୁରରୁ ୫, ବାଲେଶ୍ବରରୁ ୩, କଟକରୁ ୩, ଅନୁଗୁଳରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଛି। ତେବେ ୭୪୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।