ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Feb 16, 2021, 5:50 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୧୩, ବରଗଡ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨, ଯାଜପୁର ଜ୍ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୯ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts