Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ପିପିଲି ଘୋଷାଣାକୁ ନେଇ କଂଗ୍ରେସର ସମାଲୋଚନା, କହିଲେ ଏହିପରି
ଆଜିର ଖବର

ନବୀନଙ୍କ ପିପିଲି ଘୋଷାଣାକୁ ନେଇ କଂଗ୍ରେସର ସମାଲୋଚନା, କହିଲେ ଏହିପରି

February 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ପିପିଲି ଘୋଷାଣାକୁ ନେଇ କଂଗ୍ରେସର ସମାଲୋଚନା, କହିଲେ ଏହିପରି

ଭୁବନେଶ୍ୱର, ପିପିଲି ବିଧାନସଭା ଉପନିର୍ବାଚନ ପୂର୍ବରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଗାଁ, ଆମ ବିକାଶ’ ନାଁରେ ପିପିଲି ବ୍ଲକ ଓ ପିପିଲି ପୌରାଂଚଳ ଏବଂ ଡେଲାଙ୍ଗ ବ୍ଲକ ପାଇଁ ପୃଥକ୍ ପୃଥକ୍ ଭାବେ ଦୁଇଟି ସାଧାରଣ ସଭା ଆୟୋଜନ କରିଛି। ଏଥିରେ ହଜାର ହଜାର ଲୋକଙ୍କୁ ଏକତ୍ରିତ କରି ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରକଳ୍ପ ପାଇଁ ୬୭ କୋଟି ୬୮ ଲକ୍ଷ ପ୍ରକଳ୍ପର ବ୍ୟୟ ମଞ୍ଜୁରୀ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଏହାକୁ ନେଇ କଂଗ୍ରେସ ସମାଲୋଚନା କରିଛି। ଦଳ କହିଛି ଯେ, ଏହି ବୈଠକ ବିଜୁ ଜନତା ଦଳର ଏକ ହୀନ ରାଜନୈତିକ ପ୍ରୟାସ ।

‘ଆମ ଗାଁ, ଆମ ବିକାଶ’ର ଦ୍ୱାହି ଦେଇ ରାଜକୋଷରୁ ଅର୍ଥ ଖର୍ଚ୍ଚ କରି ଉପନିର୍ବାଚନ ଘୋଷଣା ପୂର୍ବରୁ ବିଜେଡି ନିର୍ବାଚନ ପ୍ରଚାର ଆରମ୍ଭ କରିଛି ବୋଲି କଂଗ୍ରେସ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ନିଶିକାନ୍ତ ମିଶ୍ର ଅଭିଯୋଗ କରିଛନ୍ତି । ବିଗତ ଦିନରେ ଯେଉଁସବୁ ସ୍ଥାନରେ ଉପନିର୍ବାଚନ ହୋଇଥିଲା ବିଜେପୁର, ପାଟକୁରା, ତିର୍ତୋଲ, ବାଲେଶ୍ୱରର ବିକାଶ ମୋ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେଠାରେ କ’ଣ ବିକାଶ ହୋଇଛି?

ଅନୁରୂପ ଭାବେ ପିପିଲିରେ ମୁଖ୍ୟମନ୍ତ୍ରୀ ଏବେ ଏକ ନୂଆ ସ୍ଲୋଗାନ ‘ପ୍ରଗତି ପଥେ ପିପିଲି’ ଦେଇଛନ୍ତି । ତା’ର ଅର୍ଥ ୨୧ ବର୍ଷ ଭିତରେ ବିଜୁ ଜନତା ଦଳ ସରକାର ପିପିଲିରେ କୌଣସି ପ୍ରଗତି କରିନାହିଁ । କଂଗ୍ରେସ ବିକାଶକୁ ବିରୋଧ କରୁନାହିଁ, ବିକାଶ ନାଁରେ ଭଣ୍ଡାମୀକୁ ବିରୋଧ କରୁଛି ବୋଲି ଶ୍ରୀ ମିଶ୍ର କହିଥିଲେ । ଆଜିର ଏହି କାର‌୍ୟ୍ୟକ୍ରମ କେବଳ ନିର୍ବାଚନୀ ଧୂଆଁବାଣ । ମୁଖ୍ୟମନ୍ତ୍ରୀଙ୍କର ପିପିଲି ପ୍ରତି ତିଳେମାତ୍ର ଆନ୍ତରିକତା ନାହିଁ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ମନୋରଞ୍ଜନ ଦାଶ ଉପସ୍ଥିତ ଥିଲେ ।

ଓଡିଶା କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026
Latest News

ମର୍ମନ୍ତୁଦ ଦୁର୍ଘଟଣା: ୮ ମୃତ, ୧୫ରୁ ଉର୍ଦ୍ଧ୍ୱ ଗୁରୁତର

October 17, 2026

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.