ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ପୁରୀରୁ ୧୩, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୯, ଅନୁଗୁଳରୁ ୫, ବାଲେଶ୍ବରରୁ ୪, ଝାରସୁଗୁଡାରୁ ୪, ଯାଜପୁରରୁ ୩, ମୟୂରଭଞ୍ଜରୁ ୩, ନୂଆପଡାରୁ ୩, କଟକରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଛି। ତେବେ ୫୫୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।