ପୁରୀ: କେନ୍ଦ୍ର ତୈଳ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅପରାହ୍ନରେ ପୁରୀ ଆସି ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଝାଡ଼େଶ୍ୱରୀ କ୍ଲବର କମ୍ୟୁନିଟି ସେଂଟର, ବାସେଳି ସାହି ମୁଦୁଲି ଜାଗା କଲ୍ୟାଣୀ ମଣ୍ଡପ ଉଦଘାଟନ କରିଛନ୍ତି। ଏଥି ସହ ବାଲିସାହି ହିଞ୍ଜଳ ଜାଗାର କମ୍ୟୁନିଟି ସେଂଟରର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ସମ୍ପର୍କରେ ସେ ସେବାୟତଙ୍କ ସହିତ ଆଲୋଚନା ମଧ୍ୟ କରିଛନ୍ତି।
ଏହି ଗସ୍ତରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହିତ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡଃ. ସମ୍ବିତ ପାତ୍ର, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗି, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର, ପ୍ରଭାତୀ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।