Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନକଲି ମଦ ଫ୍ୟାକ୍ଟ୍ରି ଠାବ ପରେ ଅବକାରୀ ବିଭାଗ ସକ୍ରିୟ
ଅପରାଧ

ନକଲି ମଦ ଫ୍ୟାକ୍ଟ୍ରି ଠାବ ପରେ ଅବକାରୀ ବିଭାଗ ସକ୍ରିୟ

March 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରର ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ତୃପ୍ତିନଗର ୨ନଂ ଲେନ୍ ରୁ ଗତ ୨୭ ତାରିଖ ଦିନ ଏକ ନକଲି ବିଦେଶି ମଦ ଫ୍ୟାକ୍ଟ୍ରି ଧରାପଡିବା ଏବଂ ଏଠାରେ ପ୍ରସ୍ତୁତ ନକଲି ମଦ ଗ୍ରାମାଚଂଳକୁ ଯାଉଥିବା ଜଣାପଡିବା ପରେ ଅବକାରୀ ବିଭାଗ ପକ୍ଷରୁ ଦୁମୁଦୁମି ଗ୍ରାମରେ ଚଢ଼ଉ କରାଯାଇ କିଛି ନକଲି ବିଦେଶୀ ମଦ ଜବତ ହୋଇଛି। ନକଲି ବିଦେଶୀ ମଦ ଧରାପଡିବା ପରେ ଅବକାରୀ ବିଭାଗ ସକ୍ରିୟ ହୋଇଉଠିଛି। ବିଭାଗ ପକ୍ଷରୁ ଏନେଇ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରୀ ରହିଛି।

ବ୍ରହ୍ମପୁର ଅବକାରୀ ଅଧିକ୍ଷକ ରମେନ୍ଦ୍ର ନାୟକଙ୍କ ତତ୍ୱାବଧାନରେ ଏକ ଟିମ୍ ଗୋଳନ୍ଥରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଗ୍ରାମରେ ଥିବା ଏକ ଘରୁ ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ କରିଥିଲା। ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମହିଳା ଜଣକ ନିଜ ଘରେ ଏହି ନକଲି ମଦ ଗଚ୍ଛିତ ରଖି ବିକ୍ରୀ କରୁଥିଲେ। ସେଠାରୁ ପ୍ରାୟ ୧୬ ଲିଟର ନକଲି ବିଦେଶୀ ମଦ ଓ ୬ ଲିଟର ବିୟର୍ ଜବତ ହୋଇଛି। ଅବକାରୀ ଏସଆଇ ଶ୍ରୀଧର ମହାନ୍ତିଙ୍କ ନେତୃତ୍ୱରେ ଏହି ଚଢ଼ଉ ହୋଇଥିଲା। ଆଗାମୀ ଦିନରେ ଅନୁରୂପ ଭାବେ ଚଢ଼ଉ ଜାରୀ ରହିବ ବୋଲି ଅବକାରୀ ଅଧିକ୍ଷକ ସୂଚନା ଦେଇଛନ୍ତି।

ସେହିପରି ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ଅଂଚଳରୁ ଏକ ଅଟୋରୁ ୨୫ ଲିଟର ବିଦେଶୀ ମଦ ଜବତ କରିଛି । ଏହା ସହ ମଦ ଚାଲାଣରେ ବ୍ୟବହୃତ ଅଟୋକୁ ଜବତ କରିଛି।

ଏଠାରେ ଉଲ୍ଲେଖଯୋଗ୍ୟ, ହରିଡ଼ାଖଣ୍ଡି ତୃପ୍ତିନଗର ୨ନଂ ଲେନ୍ ରୁ ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ନକଲି ମଦ କାରଖାନା ଠାବ ଘଟଣାରେ ବଡ଼ବଜାର ପୋଲିସ ଅଦ୍ୟାବଧି ୭ ଜଣଙ୍କୁ ଗିରଫ କରିଛି।

ଅବକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.