Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକର ଅଗ୍ନିବିପନ୍ନ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ମିଶନ ଜୟ ଜଗନ୍ନାଥ ସଂଗଠନ
ଆଞ୍ଚଳିକ

ଚିଲିକା ବ୍ଲକର ଅଗ୍ନିବିପନ୍ନ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ମିଶନ ଜୟ ଜଗନ୍ନାଥ ସଂଗଠନ

March 12, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଚିଲିକା: ଆଜିକାଲିର ସମାଜରେ ଦୁଃଖୀରଙ୍କିଙ୍କୁ ସାହାଯ୍ୟ କରୁଥିବା ସଂଗଠନ ମିଳିବା ଏକ ସ୍ଵପ୍ନ ସଦୃଶ। କିନ୍ତୁ ମିଶନ ଜୟ ଜଗନ୍ନାଥ ସଂଗଠନ ଏଭଳି ଏକ ସଂଗଠନ, ଯାହା ଏବେ ଲୋକଙ୍କ ପାଖରେ ଅସମୟରେ ଠିଆ ହେଉଥିବାର ଦେଖିବାକୁ ମିଳୁଛି। କେତେଜଣ ପରୋପକାରୀ ଯୁବକମାନଙ୍କୁ ନେଇ ଏହି ସଂଗଠନ ସୃଷ୍ଟି ହୋଇଛି। ସଂଗଠନର ସଦସ୍ୟମାନଙ୍କ ନିଜସ୍ଵ ଆର୍ଥିକ ସହାୟତାରେ ଦୁର୍ଦ୍ଦିନରେ ପଡିଥିବା ଲୋକଙ୍କୁ ସହଯୋଗ କରୁଛି।

ତେବେ ଗତକାଲି ଏହି ସଂଗଠନ ଚିଲିକା ବ୍ଲକରେ ଅଗ୍ନିକାଣ୍ଡ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ପରିବାର ନିକଟରେ ପହଞ୍ଚି ଶୁଖିଲା ଖାଦ୍ୟ ବଣ୍ଟନ କରିଛି। ୧୨ ଟି କ୍ଷତିଗ୍ରସ୍ତ ପରିବାରକୁ ଚୂଡା, ଚିନି, ବିସ୍କୁଟ ଆଦି ବଣ୍ଟନ କରିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଗତ ୭ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସାନନଇରୀର ଦଣ୍ଡା ସାହିରେ ଭୟଙ୍କର ନିଆଁ ଲାଗି ୧୦ ରୁ ଉର୍ଦ୍ଧ୍ଵ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ଅଗ୍ନିକାଣ୍ଡରେ ୧୦ ଟି ଘର ସଂପୂର୍ଣ୍ଣ ପୋଡ଼ି ଯାଇଥିବା ବେଳେ ୬ ଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହେବା ସହ ଜଣେ ମହିଳା ଗୁରୁତର ଆହତ ହୋଇଥିଲେ। ଖବର ପାଇ ଗଙ୍ଗାଧରପୁର ଅଗ୍ନିଶମ ବାହିନୀର ଦୁଇଟି ଦମକଳ ଗାଡି ପାଖାପାଖି ୪ ଘଣ୍ଟାର କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିପାରିଥିଲେ।

ତେବେ ମିଶନ ଜୟ ଜଗନ୍ନାଥ ସଂଗଠନର ଏଭଳି ପ୍ରୟାସକୁ ସ୍ଥାନୀୟ ଲୋକେ ଭୂୟସୀ ପ୍ରଶଂସା କରିଛନ୍ତି। ସେମାନଙ୍କ ସହଯୋଗ ପରେ ଦୁଃଖ ଦୁର୍ଦ୍ଦଶାରେ ସମୟ କାଟୁଥିବା ଏଭଳି ଲୋକମାନଙ୍କୁ ଅନେକ ସମାଜସେବୀ ସଂଗଠନ ସହାୟତାର ହାତ ବଢାଇବେ ବୋଲି ଆଶା କରାଯାଉଛି।

ମିଶନ ଜୟ ଜଗନ୍ନାଥ ସଂଗଠନର ସଭାପତି ପ୍ରଦୋଶ କୁମାର ଦାସ, ସମ୍ପାଦକ ସଞ୍ଜୟ କୁମାର ବେହେରା, କୋଷାଧ୍ୟକ୍ଷ ଅରୁଣ କୁମାର ମହାପାତ୍ର, ସାଇରଞ୍ଜନ, ଦୁଷ୍ମନ୍ତ, ଅନନ୍ତ, ପବିତ୍ର, ପ୍ରତାପ, ଅଶୋକ, ଦେବୀ ପ୍ରସାଦ, ବିଶ୍ଵଜିତ, ସୁବ୍ରତ, ଚିତ୍ତରଞ୍ଜନ, ପ୍ରଦ୍ଯୁମ୍ନ, ବିକିନା ପ୍ରମୁଖ ଯୋଗ ଦେଇ ଅଗ୍ନିବିପନ୍ନ ପରିବାରଙ୍କୁ ସହାୟତା କରିବେ ବୋଲି କହିଥିଲେ।

ଅଗ୍ନିବିପନ୍ନ ପରିବାର ଚିଲିକା ବ୍ଲକ ଶୁଖିଲା ଖାଦ୍ୟ ବଣ୍ଟନ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.