Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ: କୋଭିଡ ନିୟମ ମାନିବାକୁ ଦେଲେ ପରାମର୍ଶ
ଆଜିର ଖବର

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ: କୋଭିଡ ନିୟମ ମାନିବାକୁ ଦେଲେ ପରାମର୍ଶ

March 14, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି। ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣ ପୁଣି ଥରେ ଉପର ମୁହାଁ ହେଉଥିବାରୁ ଏନେଇ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

କରୋନା ସଂପର୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ‘ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ। ଆପଣମାନଙ୍କ ତ୍ୟାଗ ଓ ସହଯୋଗରେ କରୋନା ରାଜ୍ୟରେ ନିୟନ୍ତ୍ରଣରେ ରହିଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏନେଇ ଆମ ରାଜ୍ୟକୁ ପ୍ରଶଂସା କରିଛି। କିନ୍ତୁ ଏଥିପାଇଁ ଆମେ ବେଶୀ ଖୁସି ହେବା ଆବଶ୍ୟକ ନୁହେଁ। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହିଛି, କିନ୍ତୁ ଆତ୍ମସନ୍ତୋଷ ଠିକ୍ ନୁହେଁ, ବିପଦ ସମ୍ପୂର୍ଣ୍ଣ ଟଳି ନାହିଁ; ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶରେ ସ୍ଥିତି ବିଗିଡ଼ିଛି। ‘

ଏହା ସହିତ ମହାରାଷ୍ଟ୍ରରେ ସଂକ୍ରମଣ ପାଇଁ ପୁଣି ଥରେ ଲକଡାଉନ ଫେରିଛି। ଆମେ ସତର୍କ ରହିଲେ, ଓଡ଼ିଶାକୁ ଲକଡାଉନ୍ ଆଉ ଫେରିବନି। ବାହାରକୁ ଗଲେ ସଠିକ ବାହାବେ ମାସ୍କ ପିନ୍ଧିବା, ବେକରେ ଝୁଲାଇ ରଖିବା ନାହିଁ। ମୋର ଅନୁରୋଧ, ସମସ୍ତେ କୋଭିଡ ନିୟମ ମାନନ୍ତୁ। ‘

ତେବେ ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ଯାହା କହିଲେ ତାହା ହେଲା

ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି । ଏ ଦିଗରେ ଆମ ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି । ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି । ଶୂନ୍ୟ ସଂକ୍ରମଣ ଆମର ଲଖ୍ୟ । ମୁଁ ଆଗରୁ କହିଛି, ଏବେ ମଧ୍ୟ ପୁଣି ଥରେ କହୁଛି ରୋଗ କ୍ଷେତ୍ରରେ ଆତ୍ମ ସନ୍ତୋଷ ଠିକ୍‍ ନୂହେଁ କାରଣ ବିପଦ ଏବେ ବି ଟଳି ନାହିଁ ।

ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‍ଡାଉନ୍‍ ପୁଣି ଫେରିଛି । ଲକ୍‍ଡାଉନ୍‍ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି । ଆମର ଅର୍ଥନୀତି, ଆମର ସାମାଜିକ ଜୀବନ, ପିଲାମାନଙ୍କ ପାଠ ପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି ।

ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ସ୍ୱଭାବିକ ଅବସ୍ଥା ଫେରିଛି । ଆମେ କେହି ଲକ୍‍ଡାଉନ୍‍କୁ ଫେରିବାକୁ ଚାହୁଁ ନାହୁଁ । ଆଉ ଲକ୍‍ଡାଉନ୍‍କୁ ନ ଫେରିବାର ଗୋଟିଏମାତ୍ର ଉପାୟ ହେଉଛି ସତର୍କତା । ଆମେ ସତର୍କ ରହିଲେ ଲକ୍‍ଡାଉନ୍‍ ଭଳି ସ୍ଥିତି ଉପୁଜିବ ନାହିଁ । ତେଣୁ ମୋର ଅନୁରୋଧ ଆମେ ସମସ୍ତେ ପୂର୍ବଭଳି କୋଭିଡ଼୍‍ ଗାଇଡ୍‍ଲାଇନ୍‍କୁ କଡ଼ା କଡ଼ି ଭାବରେ ପାଳନ କରିଚାଲିବା ।

ବାହାରକୁ ଗଲେ ମାସ୍କ୍‍ ନିଶ୍ଚୟ ପିନ୍ଧିବା । ବେକରେ ଝୁଲାଇକରି ନୁହେଁ, ଠିକ୍‍ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା । ଘରକୁ ଫେରିଲେ ସାବୁନ୍‍ରେ ଭଲକରି ହାତ ଧୋଇବା । ମୁଁହ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ । ସମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ ।
ବର୍ତ୍ତମାନ କରୋନା ପାଇଁ ଟୀକା କରଣ ଆମ ରାଜ୍ୟରେ ସଫଳ ଭାବରେ ଚାଲିଛି । ଏ ଦିଗରେ ମୁଁ ଆପଣମାନଙ୍କର ସହଯୋଗ କାମନା କରୁଛି ।

କରୋନା ବିରୁଦ୍ଧରେ ଆମର ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ । ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ । ସେହି ଯୋଦ୍ଧାମାନଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବା ନାହିଁ । ସତର୍କ ରହିବା ହିଁ ସହିଦ୍‍ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଚଳି । କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ିଭାବରେ ତଦାରଖ କରିବା ପାଇଁ ମୁଁ ପ୍ରଶାସନ ଓ ପୋଲିସ୍‍ କୁ ନିର୍ଦ୍ଦେଶ ଦେଇଛି । ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ । ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି । ଆପଣମାନେ ମୋର ଅନୂରୋଧ ରକ୍ଷା କରିବେ ଏବଂ ସତର୍କ ରହିବେ । ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲଖ୍ୟ ହାସଲ କରିପାରିବା ।

କରୋନା ସଂକ୍ରମଣ କୋଭିଡ ନିୟମ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.