Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମ୍ବିଧାନର ୮ମ ଅନୁଚ୍ଛେଦରେ ହୋ ଏବଂ ମୁଣ୍ଡାରୀ ଭାଷା ସାମିଲ ପାଇଁ ରାଷ୍ଟ୍ରପତିଙ୍କୁ ଭେଟିବ ବିଜେଡି
ଜାତୀୟ ଖବର

ସମ୍ବିଧାନର ୮ମ ଅନୁଚ୍ଛେଦରେ ହୋ ଏବଂ ମୁଣ୍ଡାରୀ ଭାଷା ସାମିଲ ପାଇଁ ରାଷ୍ଟ୍ରପତିଙ୍କୁ ଭେଟିବ ବିଜେଡି

March 20, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ବିଧାନର ୮ମ ଅନୁଚ୍ଛେଦରେ ହୋ ଏବଂ ମୁଣ୍ଡାରୀ ଭାଷା ସାମିଲ ପାଇଁ ରାଷ୍ଟ୍ରପତିଙ୍କୁ ଭେଟିବ ବିଜେଡି

ଭୁବନେଶ୍ୱର,  ଆଦିବାସୀମାନଙ୍କ ଦ୍ୱାରା ବହୁଳ ବ୍ୟବହାର ହେଉଥିବା ଭାଷା ହୋ ଏବଂ ମୁଣ୍ଡାରୀକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ସାମିଲ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଦାବି କରାଯାଇଛି । ଏହି ଭାଷାଗୁଡିକୁ ସମ୍ବିଧାନରେ ସାମିଲ୍‌ର ବହୁଳ ଆବଶ୍ୟକତା ରହିଥିବା ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ବିଜେଡି ବିଧାୟିକା ବାସନ୍ତୀ ହେମ୍ବ୍ରମ ଏବଂ ବିଜେଡିର ସାଧାରଣ ସମ୍ପାଦିକା ଶ୍ରୀମୟୀ ମିଶ୍ର ।

ସାମ୍ବାଦିକ  ସମ୍ମିଳନୀରେ ବିଜେଡିର ଏହି ତିନି ନେତା ଦର୍ଶାଇଛନ୍ତି ଯେ ଗୋଟିଏ ଜାତିର ପରିଚୟ ପାଇଁ ଭାଷା ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡିଶା ଜନସଂଖ୍ୟାର ୨୨.୮୫ ପ୍ରତିଶତ ଅନୁସୂଚିତ ଜନଜାତି ହୋଇଥିବାବେଳେ ୧୩ ପ୍ରକାରର ବିଲୁପ୍ତପ୍ରାୟ ଜନଜାତିଙ୍କ ସହିତ ମୋଟ୍‍ ୬୨ ପ୍ରକାର ଜନଜାତି ଏଠାରେ ବସବାସ କରୁଛନ୍ତି । ହୋ ଏବଂ ମୁଣ୍ଡାରୀ ଭାଷାକୁ ସମ୍ବିଧାନରେ ସାମିଲ ପାଇଁ ଦୀର୍ଘଦିନରୁ ରାଜ୍ୟର ଆଦିବାସୀମାନେ ଦାବିକରି ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ପତ୍ର ଲେଖି ଦୁଇଟି ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ସାମିଲ ପାଇଁ କହିଛନ୍ତି ।

ଓଡିଶା ଓ ଝାଡଖଣ୍ଡରେ ବସବାସ କରୁଥିବା ପ୍ରାୟ ୧୦ଲକ୍ଷ ବ୍ୟକ୍ତି ହୋ ଭାଷା ବ୍ୟବହାର କରନ୍ତି । ସମ୍ବିଧାନରେ ସାମିଲ ହୋଇଥିବା ସାନ୍ତାଳି ପରେ ହୋ ହେଉଛି ଓଡିଶାର ଆଦିବାସୀଙ୍କ ପ୍ରଚଳିତ ଦ୍ୱିତୀୟ ବୃହତ୍‍ ଭାଷା । ସେହିଭଳି ମୁଣ୍ଡା ଏବଂ ମୁଣ୍ଡାରୀ ଆଦିବାସୀ ସମ୍ପ୍ରଦାୟର ୬ଲକ୍ଷରୁ ଅଧିକ ଲୋକ ମୁଣ୍ଡାରୀ ଭାଷା ବ୍ୟବହାର କରନ୍ତି । ଓଡିଶାରେ ବ୍ୟବହୃତ କେତେକ ଆଦିବାସୀ ଭାଷା ରହିଛି ଯାହା ସମ୍ବିଧାନର ୮ମ ଅନୁଚ୍ଛେଦରେ ସାମିଲ ପାଇଁ ଯୋଗ୍ୟ । ତେଣୁ ଏହି ଦୁଇ ଭାଷା ହୋ ଏବଂ ମୁଣ୍ଡାରୀକୁ ସମ୍ବିଧାନରେ ସାମିଲ ପାଇଁ ବିଜେଡି ପକ୍ଷରୁ ଦୃଢ ଦାବି କରାଯାଇଛି ।

ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଇଂରେଜ ସମୟରୁ ଭାଷା ପାଇଁ ସଂଗ୍ରାମ ଜାରି ରହିଛି । ସାଢେ ୪ କୋଟିରୁ ୧ କୋଟି ମାତୃଭାଷାକୁ ଅଲଗା ଭାବେ ବ୍ୟବହାର କରନ୍ତି । ସେ କୋଶଳୀ, ହୋ, ମୁଣ୍ଡାରୀ, ଭୂମିଜ ପରି ଭାଷା । ରାଜନୈତିକ ଦଳ ର୍ନିବାଚନ ଇସ୍ତାହାରରେ ଏହାକୁ ଉଲ୍ଲେଖ କରିଥିଲେ, ହେଲେ କଲେନି । ଏଥିପାଇଁ ଏକ ବିଶେଷଜ୍ଞ କମିଟି ହୋଇଥିଲା ଓ କମିଟି ତାହାର ରିପୋର୍ଟ ଦେଇଛି । ଆମେ ସବୁ ସାମ୍ବିଧାନିକ ପ୍ରକ୍ରିୟା ସାରିଛୁ । ଏ ସଂକ୍ରାନ୍ତରେ ଆମେ ରାଷ୍ଟ୍ରପତିଙ୍କୁ ଭେଟିବୁ । ତାଙ୍କର ଏହି କ୍ଷମତା ଅଛି ବୋଲି ସେ କହିଛନ୍ତି । ସେହିଭଳି ବିଧାୟିକା ଶ୍ରୀମତୀ ହେମ୍ବ୍ରମ କହିଛନ୍ତି ଯେ ଭାରତରେ ୩୦ ଲକ୍ଷ ଓ ଓଡ଼ିଶାରେ ୧୦ ଲକ୍ଷ ହୋ ଭାଷା ବ୍ୟବହାର କରନ୍ତି । ଏହାକୁ ମାନ୍ୟତା ନ ମିଳିଲେ, ଆଗାମୀ ଦିନରେ ଏହା ଲୋପ ପାଇଯିବ ।

ଶ୍ରୀମତୀ ମିଶ୍ର କହିଛନ୍ତି ଯେ କୋଶଳୀ ବହୁତ ମିଠା ଭାଷା । ୭୫ ଲକ୍ଷ ଲୋକ ଏହି ଭାଷା କହନ୍ତି । କୋଶଳୀରେ ରାମାୟଣ, ମହାଭାରତ ରଚନା କରାଯାଇଛି । ଏହି ଭାଷା ମନକୁ ପ୍ରଫୁଲିତ କରେ । ନୂଆଖାଇ ଭେଟଘାଟ ସାରା ଦେଶରେ ଆଦୃତ । ଲୋକ ଏହି ଭାଷାକୁ ଆଗେଇ ନେବାକୁ ଚାହୁଁଛନ୍ତି । କେନ୍ଦ୍ର ସରକାର ଏହାକୁ ଅଷ୍ଟମ ଅନୁଛେଦରେ ସାମିଲ କରନ୍ତୁ। ଆମ ପଶ୍ଚିମ ଓଡ଼ିଶାରୁ ଅନେକ ବିଜେପି ସାଂସଦ ଅଛନ୍ତି । ସେମାନେ ଏହି କଥା ସଂସଦରେ ଉଠେଇଲେ, ରାଜ୍ୟବାସୀ ଧନ୍ୟ ହେବେ ।

ପଶ୍ଚିମ ଓଡିଶାରେ ନିୟମିତ ଭାବେ ଏହି ଭାଷାରେ ପ୍ରବନ୍ଧ, କର୍ମଶାଳା, ଗୋଷ୍ଠିଗତ ଆଲୋଚନା ଏବଂ କବିତା ପାଠ ଆଦି ଆୟୋଜିତ ହେଉଛି । ପଶ୍ଚିମ ଓଡିଶାରେ ପ୍ରାଥମିକ ଶ୍ରେଣୀରେ କୋଶଳୀ ଭାଷାରେ ପଢାଇବା ଲାଗି ବୁଦ୍ଧିଜୀବୀମାନେ ଦାବି କରୁଛନ୍ତି । ତେଣୁ ଯେଉଁଠାରେ ପିଲା ଓଡିଆ ଭାଷା ବୁଝିପାରୁ ନାହାନ୍ତି ସେଠାରେ ଏହା ଅଧାରୁ ପାଠ ଛାଡିବା ହ୍ରାସ କରିବ । ତେଣୁ କୋଶଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ପାଇଁ ନିମୟିତ ଭାବେ ଦାବି ହୋଇ ଆସୁଥିବା ବିଜେଡି ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026

ପ୍ରେମିକ ବାରଣ୍ଡାରେ ଧାରଣାରେ ବସିଥିବା ପ୍ରେମିକାକୁ ହତ୍ୟା

May 5, 2026

ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

May 5, 2026

ପଶ୍ଚିମବଂଗର କିଏ ହେବ ମୁଖ୍ୟମନ୍ତ୍ରୀ ? ବାଛିବେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ

May 5, 2026
Latest News

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ପ୍ରେମିକ ବାରଣ୍ଡାରେ ଧାରଣାରେ ବସିଥିବା ପ୍ରେମିକାକୁ ହତ୍ୟା

May 5, 2026

ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.