କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୫୩ ହଜାର ୪୭୬ ଆକ୍ରାନ୍ତ ଚିହ୍ନଟ

Published: Mar 25, 2021, 10:52 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାର ୪୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୭ ଲକ୍ଷ ୮୭ ହଜାର ୫୩୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୪୪୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୩୧ ହଜାର ୧୯୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୫ ହଜାର ୧୯୨ ଆକ୍ଟିଭ୍‌ କେସ୍ ରହିଛି।

Related posts