ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଓ ମୀନକେତନ ଅମାନ୍ତଙ୍କୁ ବିଜେଡ଼ିର ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ବ

Published: Apr 5, 2019, 6:33 pm IST
bjd annouce general secretary

ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଆଜି ୩ଜଣଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ହେଲେ ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଓ ମୀନକେତନ ଅମାନ୍ତ। ସେହିପରି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀର ସହ ପର୍ଯ୍ୟବେକ୍ଷକ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରିୟଦର୍ଶୀ ମିଶ୍ର ଭୁବନେଶ୍ବର ଉତ୍ତର ବିଧାୟକ ରହିଛନ୍ତି। ତେବେ ଚଳିତ ଥର ତାଙ୍କୁ ଟିକେଟ ଦିଆଯାଇନାହିଁ ତାଙ୍କ ସ୍ଥାନରେ ସୁଶାନ୍ତ କୁମାରଙ୍କୁ ଦଳ ଟିକେଟ ଦେଇଛି।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

Related posts