ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୬୯୮: ସୁସ୍ଥ ହେଲେ ୩୧୬ କରୋନା ଆକ୍ରାନ୍ତ

Published: Apr 23, 2021, 6:25 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୪୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୪୯୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୮୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ହଜାର ୪୧୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts