ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭୭୩: ସୁସ୍ଥ ହେଲେ ୩୪୩ କରୋନା ଆକ୍ରାନ୍ତ

Published: Apr 27, 2021, 6:56 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୩୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୪୦୧ କୁ ବୃଦ୍ଧି ହୋଇଛି।

ପଟିଆରୁ ସର୍ବାଧିକ ୫୯ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଲ୍ଲୀରୁ ୪୨ ଜଣ, ଖଣ୍ଡଗିରିରୁ ୪୧ ଜଣ, ଚନ୍ଦ୍ରଶେଖରପୁରରୁ ୩୨ ଜଣ, ଓଲ୍ଡ ଟାଉନରୁ ୨୨ ଜଣ, ୟୁନିଟ-୨ରୁ ୨୧ ଜଣ, ଜୟଦେବ ବିହାର ଏବଂ ଲକ୍ଷ୍ମୀସାଗରରୁ ୧୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୩୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୫ ହଜାର ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୮୯୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts