Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ୨ ପରୀକ୍ଷା ବାତିଲ ଦାବି: ବାଲୁଗାଁରେ ରାଜ ରାସ୍ତା ଅବରୋଧ କଲେ ଆନ୍ଦୋଳନରତ ଛାତ୍ର
ଆଜିର ଖବର

ଯୁକ୍ତ ୨ ପରୀକ୍ଷା ବାତିଲ ଦାବି: ବାଲୁଗାଁରେ ରାଜ ରାସ୍ତା ଅବରୋଧ କଲେ ଆନ୍ଦୋଳନରତ ଛାତ୍ର

April 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁର ଗାନ୍ଧୀ ଛକଠାରେ ଆଜି ପୂର୍ବାହ୍ନରେ ବାଲୁଗାଁ ଓ ବାଣପୁରର ବିଭିନ୍ନ ମହାବିଦ୍ୟାଳୟର ଯୁକ୍ତ ୨ ଛାତ୍ରମାନେ ପରୀକ୍ଷା ବାତିଲ ଦାବି ନେଇ ରାଜ ରାସ୍ତା ଅବରୋଧ କରିଥିଲେ।

ସୂଚନା ମୁତାବକ ଚଳିତ ବର୍ଷ ରାଜ୍ୟରେ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ବାତିଲ ହେବା ପରେ ଯୁକ୍ତ ୨ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସରକାର ଘୋଷଣା କରିବା ପରେ ଏଥିରେ ଛାତ୍ରଛାତ୍ରୀ ଉତକ୍ଷିପ୍ତ ହୋଇପଡିଛନ୍ତି। ସାରା ରାଜ୍ୟର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଦ୍ୱାରା ଯୁକ୍ତ ଦୁଇ ପରୀକ୍ଷା ବନ୍ଦ ପାଇଁ ଦାବି ଜୋର ଧରିଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବାଣପୁର ଏବଂ ବାଲୁଗାଁ ଅଞ୍ଚଳର ଯୁକ୍ତ ଦୁଇ ଛାତ୍ର ଛାତ୍ରୀ।

କରୋନା ମହାମାରୀକୁ ଆଖି ଆଗରେ ରଖି ରାଜ୍ୟର ସମସ୍ତ ମହାବିଦ୍ୟାଳୟ ବନ୍ଦ ପଡିଥିବା ହେତୁ ସଠିକ ଭାବରେ ପାଠ ପଢ଼ାଯାଇପାରିନଥିଲା। ଅନଲାଇନରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଖେ ପାଠ ପଢା ସମ୍ଭବ ହୋଇପାରିନି। ତେବେ ପରୀକ୍ଷା ତାରିଖ ଘୋଷଣା ହେବା ପରେ ଛାତ୍ର ଛାତ୍ରୀମାନେ ସଠିକ ଭାବରେ ମହାବିଦ୍ୟାଳୟ ଗୁଡିକରେ ପଢ଼ାପଢି ହୋଇନଥିବା ହେତୁ ଏବଂ ବଢୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ବାତିଲ କରିବା ପାଇଁ ରାଜ୍ୟ ସରକାର ଏବଂ ବିଭାଗୀୟ ମନ୍ତ୍ରୀଙ୍କ ବିରୋଧରେ ବିଭିନ୍ନ ନାରାବାଜି କରିବା ସହ ଦୀର୍ଘ ସମୟ ଧରି ବାଲୁଗାଁ ଗାନ୍ଧିଛକ ଠାରେ ରାସ୍ଥା ଅବରୋଧ କରିଥିଲେ।

ପରିକ୍ଷା ବାତିଲ ନ ହେଲେ ଆଗାମୀ ଦିନମାନଙ୍କରେ ବାଲୁଗାଁ ଏବଂ ବାଣପୁର ଅଞ୍ଚଳର ହଜାର ହଜାର ସଂଖ୍ୟକ ଛାତ୍ରଛାତ୍ରୀ ରାଜରାସ୍ତାକୁ ଓଲ୍ହାଇବାକୁ ପଛାଇବେ ନାହିଁ ବୋଲି ସରକାରଙ୍କୁ ଆନ୍ଦୋଳନରତ ଛାତ୍ରଛାତ୍ରୀ ଚେତାବନୀ ଦେଇଛନ୍ତି।

ତେବେ କୌଣସି ଅଘଟଣକୁ ଏଡ଼େଇବା ତଥା ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଦୃଷ୍ଟିରୁ ବିକ୍ଷୋଭ ସ୍ଥଳରେ ବାଲୁଗାଁ ଆଇଆଇସି ଏବଂ ଅନ୍ୟାନ୍ୟ ପୋଲିସ କର୍ମଚାରୀ ପହଂଚି ଆନ୍ଦୋଳନରତ ଛାତ୍ରଙ୍କୁ ବୁଝାଇବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।

ବାତିଲ ଦାବି ବାଲୁଗାଁ ଯୁକ୍ତ ୨ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026
Latest News

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.