ଆଜି ଖସାପଡ଼ା ନୀତି ପାଇଁ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

Published: Apr 8, 2019, 11:51 am IST

ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଟାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିଲାଗି ଶ୍ରୀଜୀଉଙ୍କ ଦର୍ଶନ ଚାରି ଘଣ୍ଟା ପାଇଁ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଏକ ଗୁପ୍ତନୀତି ଅଟେ। ଏଥିରେ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରେ ଖଳି ଲଗାଯାଇ ଏକ ଶ୍ୱେତ ବସ୍ତ୍ର ଗୁଡ଼ାଇ ଦିଆଯାଇଥିଲା। ଗୁପ୍ତନୀତି ଯୋଗୁଁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ବନ୍ଦ ରହିବ। କିନ୍ତୁ ଭକ୍ତମାନେ ମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ବୋଲି ପ୍ରଶାସନ ସୂଚନା ଦେଇଛି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

Related posts