ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୧୮୦କୁ ବୃଦ୍ଧି

Published: May 9, 2021, 10:35 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୮୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଏବଂ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବଲାଙ୍ଗୀରି, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡା, ପୁରୀ, ରାୟଗଡା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୩୯ ହଜାର ୩୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୩ ହଜାର ୨୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୮୦ କୁ ବୃଦ୍ଧି ହୋଇଛି।

Related posts