ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୧୯୭କୁ ବୃଦ୍ଧି

Published: May 10, 2021, 10:42 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୯୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ, ଅନୁଗୁଳ, ବଲାଙ୍ଗୀରି ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୪ ହଜାର ୮୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୪୭ ହଜାର ୮୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪ ହଜାର ୭୬୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୯୭ କୁ ବୃଦ୍ଧି ହୋଇଛି।

Related posts