ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୧୪କୁ ବୃଦ୍ଧି

Published: May 11, 2021, 9:52 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ  ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଦେବଗଡ, ଗଜପତି, ମାଳାକାନାଗିରି, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୫୪ ହଜାର ୬୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୫୭ ହଜାର ୫୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪ ହଜାର ୮୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୧୪ କୁ ବୃଦ୍ଧି ହୋଇଛି।

Related posts