କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୨ ହଜାର ୭୨୭ ଆକ୍ରାନ୍ତ ଚିହ୍ନଟ

Published: May 13, 2021, 11:09 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୨ ହଜାର ୭୨୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୩୭ ଲକ୍ଷ ୩ ହଜାର ୬୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୮ ହଜାର ୨୭୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯୭ ଲକ୍ଷ ୩୭ ହଜାର ୮୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୧୦ ହଜାର ୫୨୫ ଆକ୍ଟିଭ୍‌ କେସ୍ ରହିଛି।

Related posts