ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୦୯: ସୁସ୍ଥ ହେଲେ ୧୦୭୭ କରୋନା ଆକ୍ରାନ୍ତ

Published: May 13, 2021, 7:39 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୩୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୬ ହଜାର ୬୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୨୦୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୮୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts