Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାମ୍ଭବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କର, ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି
ବିଶେଷ ଖବର

ସାମ୍ଭବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କର, ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି

May 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାମ୍ଭବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି

ଭୁବନେଶ୍ବର, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ସାମ୍ନା କରିବା ପାଇଁ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା ରାଜ୍ୟର ପ୍ରଭାବିତ ହେବାର ସମ୍ଭାବନା ଥିବା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ମୟୁରଭଞ୍ଜ, ଯାଜପୁର, ନୟାଗଡ, ଖୋର୍ଦ୍ଧା, କଟକ, ଗଜପତି ଜିଲ୍ଲାଗୁଡିକର ଜିଲ୍ଲାପାଳ, ପୋଲିସ୍‍ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଜିଲ୍ଲା ଅଗ୍ନିଶମ ସେବା ଅଧିକାରୀଙ୍କ ସହ ପ୍ରାକ୍‍ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଏଥି ସହିତ ରାଜ୍ୟସ୍ତରରେ ସଂପୃକ୍ତ ସମସ୍ତ ବିଭାଗକୁ ପ୍ରାକ୍‍ ପ୍ରସ୍ତୁତି କରିବାକୁ ଜଣାଇ ଦିଆଯାଇଛି ।

ସମସ୍ତ ଜିଲ୍ଲା ପ୍ରଶାସନ ସେମାନଙ୍କର ଅଧିକାରୀମାନଙ୍କ ଦ୍ୱାରା ବହୁମୁଖୀ ବାତ୍ୟା ଏବଂ ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଗୁଡିକୁ ବ୍ୟବହାର ଉପଯୋଗୀ କରିବା ନିମନ୍ତେ କାର୍ଯ୍ୟାରମ୍ଭ କରିଛନ୍ତି । ଆଶ୍ରୟସ୍ଥଳୀଗୁଡିକରେ ବିକଳ୍ପ ବିଦ୍ୟୁତ ଯୋଗାଣ, ପାନୀୟ ଜଳ, ପରିମଳ ବ୍ୟବସ୍ଥା ଇତ୍ୟାଦି ଉପରେ ତଦାରଖ କରିଛନ୍ତି । ସ୍ଥାନାନ୍ତରଣ ସମୟରେ ବିଶେଷକରି ବୃଦ୍ଧବୃଦ୍ଧା, ଅସୁସ୍ଥ ବ୍ୟକ୍ତି, ଭିନ୍ନକ୍ଷମ, ଗର୍ଭବତୀ ମହିଳା, ପ୍ରସୂତି ଏବଂ ଶିଶୁମାନଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବାକୁ ବ୍ୟବସ୍ଥା କରାଯାଇଛି ।

ସଂପୃକ୍ତ ଅଂଚଳର ଡାକ୍ତରଖାନାରେ ବିକଳ୍ପ ବିଦ୍ୟୁତ ଯୋଗାଣ ପାଇଁ ଜେନେରେଟର ବ୍ୟବସ୍ଥା ମଧ୍ୟ କରାଯାଉଛି । ଅଗ୍ନିଶମ ବାହିନୀ, ଓଡ୍ରାଫ୍‍ ଏବଂ ଏନ୍‍ଡିଆରଏଫ୍‍ କର୍ମଚାରୀମାନେ ସେମାନଙ୍କର ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିଛନ୍ତି । ବାତ୍ୟା ପୂର୍ବ ଓ ପରେ ଅତ୍ୟାବଶ୍ୟକ ଦ୍ରବ୍ୟର ଉପଲବ୍‍ଧତାକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଅଛି । ଜିଲ୍ଲାର ମତ୍ସ୍ୟ ଓ ପଶୁ ସଂପଦ ଅଧିକାରୀଙ୍କ ଦ୍ୱାରା ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ କରାଯାଇଛି । ମତ୍ସ୍ୟଜୀବୀମାନଙ୍କ ବସ୍ତିରେ ଏ ସମ୍ବନ୍ଧରେ ଜନସଚେତନତା ପାଇଁ ମାଇକ୍‍ ଯୋଗେ ସୂଚନା ପ୍ରଦାନ କରାଯାଉଛି ।

ନଗର ଉନ୍ନୟନ ବିଭାଗ , ନିର୍ମାଣ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସେମାନଙ୍କ ସମସ୍ତ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି । ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରସ୍ତୁତ ରହିବା ସହ ରାସ୍ତାଘାଟର ତ୍ୱରିତ ମରାମତି, ପାନୀୟ ଜଳ ବ୍ୟବସ୍ଥାକୁ ପୁନଃକାର୍ଯ୍ୟକ୍ଷମ କରିବା ନିମନ୍ତେ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଶକ୍ତି ବିଭାଗ ତରଫରୁ ବାତ୍ୟା ପରବର୍ତ୍ତୀ ସମୟରେ କ୍ଷତିଗ୍ରସ୍ତ ବିଦ୍ୟୁତ ସରବରାହ ଭିତ୍ତିଭୂମିର ତ୍ୱରିତ ପୁନଃନିର୍ମାଣ ପାଇଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନମାନଙ୍କରେ କୁଶଳୀ କର୍ମୀ ଦଳ ଓ ଯନ୍ତ୍ରାଂଶ ଗଚ୍ଛିତ ରଖାଯାଉଛି ।

ବାତ୍ୟା ସମୟରେ ଦୂରସଂଚାର ବ୍ୟବସ୍ଥାର ସଠିକ୍‍ କାର୍ଯ୍ୟକ୍ଷମ ରଖିବା ଓ ପରବର୍ତ୍ତୀ ସମୟରେ କ୍ଷତିଗ୍ରସ୍ତ ଦୂରସଂଚାର ଭିତ୍ତିଭୂମିର ପୁନଃକାର୍ଯ୍ୟକାରୀ କରିବା ନିମନ୍ତେ ଆଜି ସ୍ୱତନ୍ତ୍ର ରିଲିଫ କମିଶନର ଦୂରସଂଚାର ସେବା ପ୍ରଦାନକାରୀ ସଂସ୍ଥା, ଭାରତ ସରକାରଙ୍କ ଦୂରସଂଚାର ବିଭାଗ, ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସହ ଆଲୋଚନା କରିଥିଲେ । ଉକ୍ତ ସେବାପ୍ରଦାନକାରୀ ସଂସ୍ଥା ପକ୍ଷରୁ ସମ୍ଭାବ୍ୟ ବାତ୍ୟା ସମୟରେ ମାନବ ସମ୍ବଳ, ଯନ୍ତ୍ରାଂଶ ଓ ସାମଗ୍ରୀ ଆଦି ପ୍ରସ୍ତୁତ ରଖିବାକୁ ସହମତି ପ୍ରକାଶ କରିଛନ୍ତି ।

ବାତ୍ୟା ସାମ୍ଭବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026
Latest News

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026

ରକ୍ଷକ ସାଜିଲା ଭକ୍ଷକ!: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.