Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଟଡ଼ାଉନରେ ଦୋକାନ ଖୋଲିବା ପଡିଲା ମହଙ୍ଗା: ବାଣପୁରରେ ୭ଦିନ ପାଇଁ ସିଲ୍ ହେଲା ୨ଟି ଦୋକାନ
ଆଜିର ଖବର

ସଟଡ଼ାଉନରେ ଦୋକାନ ଖୋଲିବା ପଡିଲା ମହଙ୍ଗା: ବାଣପୁରରେ ୭ଦିନ ପାଇଁ ସିଲ୍ ହେଲା ୨ଟି ଦୋକାନ

May 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ସପ୍ତାହନ୍ତ ସଟଡ଼ାଉନ ସମୟରେ ଦୋକାନ ଖୋଲିବା ମହଙ୍ଗା ପଡିଛି। ସ୍ଥାନୀୟ ପ୍ରଶାସନ ଏନେଇ ଦୁଇଟି ଦୋକାନକୁ ସିଲ୍ କରିଛି। ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅଞ୍ଚଳରେ ଏଭଳି ଘଟଣା ଘଟିଯାଇଛି।

ଗତକାଲି ସନ୍ଧ୍ୟାସମୟରେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି ସହରର ବିଭିନ୍ନ ଅଞ୍ଚଳ ପଇଁତରା ମାରୁଥିବାବେଳେ ପଲଟନ ପଡିଆ ଛକ ନିକଟରେ ଏକ ଦୋକାନ ଖୋଲା ଥିବା ଦେଖିବାକୁ ପାଇଥିଲେ। ତେବେ ଏହା ଦେଖି ଶ୍ରୀ ମହାନ୍ତି ସମ୍ପୃକ୍ତ ଦୋକାନୀଙ୍କୁ ଜରିମାନା ଦେବାପାଇଁ କହିବାରୁ ଜନୈକ ଦୋକାନୀ ଏହାକୁ ବିରୋଧ କରିବା ସହ ପ୍ରଶାସନକୁ ଅବମାନନା କରିଥିବାର ଅଭିଯୋଗ ହୋଇଛି।

ଅନୁରୂପ ଭାବେ ଆଜି ସପ୍ତାହନ୍ତ ସଟ ଡ଼ାଉନ ଥିବାରୁ ମେଡ଼ିସିନକୁ ଛାଡିଦେଲେ ଅନ୍ୟ ସବୁ ଦୋକାନ ବନ୍ଦ ରହିବା କଥା। କିନ୍ତୁ ଆଜି ପୁଣି ସମ୍ପୃକ୍ତ ଅଞ୍ଚଳର ଆଉ ଗୋଟେ ଦୋକାନ ଖୋଲାଥିବାର କାର୍ଯ୍ୟନିର୍ବାହୀ ଅଧିକାରୀ ଦେଖିବାକୁ ପାଇଥିଲେ। ତେବେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବାଣପୁର ପୋଲିସର ଉପସ୍ଥିତିରେ ଆଜିଠାରୁ ୭ ଦିନ ପର୍ଯ୍ୟନ୍ତ ସମ୍ପୃକ୍ତ ଦୁଇ ଗୋଟି ଦୋକାନକୁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀସିଲ୍ କରିଛନ୍ତି।

ବାଣପୁରରେ କରୋନା ଗ୍ରାଫ ବଢୁଥିବାବେଳେ ଅମାନିଆଙ୍କ ଲାଗି ଏହା ଘାତକ ସାବ୍ୟସ୍ତ ହେଉଛି। ଅନେକ ଦୋକାନୀ କୋଭିଡ ଗାଇଡଲାଇନକୁ ଅବମାନନା କରି ଦୋକାନ ଖୋଲୁଥିବାର ଅଭିଯୋଗ ହେଉଛି।

ତେବେ ଆସନ୍ତା ସୋମବାରଠାରୁ ଯେଉଁ ଦୋକାନୀମାନେ ଗାଇଡ଼ଲାଇନ ଅବମାନନା କରିବେ, ତାଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି।

ବାଣପୁର ସପ୍ତାହନ୍ତ ସଟଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.