Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ଵତ ମିଶ୍ରଙ୍କ ବାତ୍ୟା ସମୀକ୍ଷା
ଆଜିର ଖବର

ଜଗତସିଂହପୁରରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ଵତ ମିଶ୍ରଙ୍କ ବାତ୍ୟା ସମୀକ୍ଷା

May 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ରାଜ୍ୟ ସରକାରଙ୍କ ଦ୍ବାରା ନିଯୁକ୍ତ ବରିଷ୍ଠ ଅଧିକାରୀ ତଥା ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଆଜି ଅପରାହ୍ନରେ ଜଗତସିଂହପୁର ଠାରେ ପହଞ୍ଚି ସାମ୍ଭାବ୍ୟ ‘ୟାସ୍’ ବାତ୍ୟା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବାତ୍ୟା ପାରାଦ୍ଵୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ସମ୍ପର୍କରେ ସୂଚନା ଦେଇଥିଲେ। ଆସନ୍ତା କାଲି ସକାଳ ସୁଦ୍ଧା ଏ ସମ୍ପର୍କରେ ସଠିକ୍ ତଥ୍ୟ ମିଳିପାରିବ।

ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି। ଜିଲ୍ଲାରେ ୪୨ଟି ବାତ୍ୟା ଆଶ୍ରୟସ୍ଥଳୀ ଓ ୧୮୧ଟି ବିକଳ୍ପ ଆଶ୍ରୟସ୍ଥଳୀ ଚିହ୍ନଟ କରାଯାଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜିଲ୍ଲାରେ ୧୫ ହଜାରରୁ ୨୦ ହଜାର ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରଣ କରାଯିବାର ଲକ୍ଷ୍ୟ ରହିଛି ।ଆଜି ପାଖାପାଖି ୨୦୦ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ତିର୍ତ୍ତୋଲ ବ୍ଳକର ତଳିଆ ଅଞ୍ଚଳରୁ ୬୦ଜଣ ଓ ଜଗତସିଂହପୁର ପୌରାଞ୍ଚଳରୁ ୧୪୦ ଜଣ ସ୍ଥାନାନ୍ତରିତ ହୋଇଛନ୍ତି। ଜିଲ୍ଲାରେ ୨୦୦୦ କୋଭିଡ୍ ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ପ୍ରତିଶତ ହୋମ୍ ଆଇସୋଲେସନରେ ରହିଛନ୍ତି ଓ ସେମାନଙ୍କର ପକ୍କାଘର ରହିଛି। ଅନ୍ୟ ୨୦୦ ଜଣଙ୍କୁ ଉତ୍ସର୍ଗୀକୃତ କେନ୍ଦ୍ରରେ ରଖାଯିବ। ଏଥିସହିତ ପାରାଦ୍ବୀପ କୋଭିଡ୍ ହସପିଟାଲରେ ୬୦ଜଣ ଓ କୋଭିଡ୍ କେୟାର୍ ସେଣ୍ଟରରେ ୭୦ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରେ କେହି କ୍ରିଟିକାଲ୍ ନାହାଁନ୍ତି। ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ମହଜୁଦ୍ ରହିଛି। ଆସନ୍ତା କାଲି ୨୫୦ଟି ଅକ୍ସିଜେନ ସିଲିଣ୍ଡର ଜିଲ୍ଲାରେ ପହଞ୍ଚିବ।

ପାରାଦ୍ଵୀପରେ ବରିଷ୍ଠ ପୋଲିସ୍ ଅଧିକାରୀ ପହଞ୍ଚିଛନ୍ତି ଓ ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀ ଜଗତସିଂହପୁରରେ ପହଞ୍ଚିଛନ୍ତି। ବାତ୍ୟା ପରେ ରାସ୍ତାରେ ଭାଙ୍ଗି ପଡିଥିବା ଗଛ ସଫା, ବିଦ୍ୟୁତ ଖୁଣ୍ଟି ପୁନରୁଦ୍ଧାର ଓ ରାସ୍ତା ମରାମତି ନିମନ୍ତେ ଯଥେଷ୍ଟ ସଂଖ୍ୟାରେ ଟିମ୍ ଅଛନ୍ତି। ଏନ୍.ଡି.ଆର୍.ଏଫ୍ ଓଡ୍ରାଫ୍ ଓ ଅଗ୍ନିଶମ ଦଳ ପ୍ରସ୍ତୁତ ରହିଛନ୍ତି। ବାତ୍ୟାର ୨/୩ ଘଣ୍ଟା ମଧ୍ୟରେ ରାସ୍ତା ସଫା ହେବ। ପାନୀୟଜଳ ଯୋଗାଣ ପାଇଁ ମୋବାଇଲ୍ ଟ୍ୟାଙ୍କର ପ୍ରସ୍ତୁତ ରହିଛି।

ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଉପସ୍ଥିତ ରହି ପ୍ରମୁଖ ଶାସନ ସଚିବଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ଆଗୁଆ ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଇଥିଲେ। ଏଥିସହିତ ପୂର୍ବାହ୍ନରେ କୁଜଙ୍ଗ ବ୍ଲକ ଓ ପାରାଦ୍ବୀପ ପୌରପରିଷଦରେ ଅତିରିକ୍ତ ଜିଲ୍ଲାପାଳ, କୁଜଙ୍ଗ ବିଡିଓ, ତହସିଲଦାର, ପାରାଦ୍ଵୀପ ପୌରପରିଷଦର ନିର୍ବାହୀ ଅଧିକାରୀଙ୍କ ସହିତ ବାତ୍ୟା ପ୍ରସ୍ତୁତି, ସ୍ଥାନାନ୍ତରଣ, ଶୁଖିଲାଖାଦ୍ୟ ଓ ପାନୀୟଜଳ ଯୋଗାଣ ଉପରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ।

ଉଚ୍ଚଶିକ୍ଷା ବିଭାଗ ଜଗତସିଂହପୁର ପ୍ରମୁଖ ଶାସନ ସଚିବ ବାତ୍ୟା ସମୀକ୍ଷା ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Latest News

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.