ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୪୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, ଅନୁଗୁଳ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, ସୋନପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଦେବଗଡ, ଯାଜପୁର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩ ହଜାର ୪୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୮୯ ହଜାର ୬୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୨୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୪୯ କୁ ବୃଦ୍ଧି ହୋଇଛି।