ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୬୫୧ କୁ ବୃଦ୍ଧି

Published: May 28, 2021, 10:57 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୫୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ବୌଦ୍ଧ, ଖୋର୍ଦ୍ଧା, କଳାହାଣ୍ଡି ଏବଂ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, କୋରାପୁଟ ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୯ ହଜାର ୯୫୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୩୫ ହଜାର ୧୭୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୨ ହଜାର ୭୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୫୧ କୁ ବୃଦ୍ଧି ହୋଇଛି।

Related posts