କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୮୬ ହଜାର ୩୬୪ ଆକ୍ରାନ୍ତ ଚିହ୍ନଟ

Published: May 28, 2021, 11:09 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୮୬ ହଜାର ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୬୬୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୭୫ ଲକ୍ଷ ୫୫ ହଜାର ୪୫୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୮ ହଜାର ୮୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୮ ଲକ୍ଷ ୯୩ ହଜାର ୪୧୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୩ ଲକ୍ଷ ୪୩ ହଜାର ୧୫୨ ଆକ୍ଟିଭ୍‌ କେସ୍ ରହିଛି।

Related posts