Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ
ଜାତୀୟ ଖବର

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ

June 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ, ଟୋକିଓ ଅଲିମ୍ପିକ୍ସକୁ ଆଉ ୫୦ ଦିନ ବାକି ରହିଛି। ଏହି ଅବସରରେ ଭାରତର ଅଲିମ୍ପିକ୍ସ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ କାର‌୍ୟ୍ୟକାରୀ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ଏକ ଉପସ୍ଥାପନା ରଖିଥିଲେ। ସମୀକ୍ଷା କରାଯିବା ସମୟରେ, ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ମହାମାରୀ ସମୟରେ କ୍ରୀଡ଼ାବିତମାନଙ୍କ ବାଧାମୁକ୍ତ ପ୍ରଶିକ୍ଷଣ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ, ଅଲିମ୍ପିକ୍ସ କୋଟା ଜିତିବା ପାଇଁ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ, କ୍ରୀଡ଼ାବିତମାନଙ୍କ ଟିକାକରଣ ଏବଂ ସେମାନଙ୍କୁ ଯୋଗାଇ ଦିଆଯାଇଥିବା ଇଚ୍ଛାମୁତାବକ ସହାୟତା ସମ୍ପର୍କରେ ଅବଗତ କରାଯାଇଥିଲା।

ଅଧିକାରୀମାନେ କ୍ରୀଡ଼ାବିତ୍ ଓ ସହାୟକ କର୍ମଚାରୀଙ୍କ ଟିକାକରଣ ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ। ଟୋକିଓ ଅଲିମ୍ପିକ୍ସକୁ ଯାଉଥିବା ପ୍ରତ୍ୟେକ ଯୋଗ୍ୟତା ଅର୍ଜନକାରୀ/ସମ୍ଭାବ୍ୟ କ୍ରୀଡ଼ାବିତ, ସହାୟକ କର୍ମଚାରୀ ଓ ଅଧିକାରୀଙ୍କୁ ଯଥାଶୀଘ୍ର ଟିକାକରଣ କରାଇବା ଲାଗି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜୁଲାଇରେ ଭିଡିଓ କନଫରେନ୍ସ ଜରିଆରେ ଆମର ଅଲିମ୍ପିକ୍ସ ଦଳ ସହିତ ସେ ଯୋଡ଼ି ହୋଇ ସେମାନଙ୍କୁ ଉତ୍ସାହିତ କରିବେ ଓ ସମସ୍ତ ଦେଶବାସୀଙ୍କ ପକ୍ଷରୁ ସେମାନଙ୍କୁ ଶୁଭକାମନା ଜଣାଇବେ। କ୍ରୀଡ଼ା ଆମ ଜାତୀୟ ଚରିତ୍ରର କେନ୍ଦ୍ରରେ ରହିଛି ଏବଂ ଆମର ଯୁବପିଢ଼ି ଏକ ଦୃଢ଼ ଓ ଉଜ୍ଜ୍ବଳ କ୍ରୀଡ଼ା ସଂସ୍କୃତି ବିକଶିତ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଆମର ଯୁବତାରକାଙ୍କ ସହିତ ୧୩୫ କୋଟି ଭାରତୀୟଙ୍କ ଶୁଭକାମନା ରହିବ । ବିଶ୍ଵସ୍ତରରେ ଚମକୁ ଥିବା ପ୍ରତ୍ୟେକ ଯୁବ କ୍ରୀଡ଼ାବିତଙ୍କ ଦ୍ୱାରା ଆହୁରି ହଜାରରୁ ଅଧିକ କ୍ରୀଡ଼ାବିତ୍ ଅନୁପ୍ରାଣିତ ହେବେ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ।

ଅଧିକାରୀମାନେ କହିଥିଲେ ଯେ କ୍ରୀଡ଼ାବିତ୍ ମାନଙ୍କୁ ଅନୁପ୍ରାଣିତ କରିବା ଏବଂ ଅଲିମ୍ପିକ୍ସରେ ଅଂଶଗ୍ରହଣ ଲାଗି ସେମାନଙ୍କର ମନୋବଳ ବଢ଼ାଇବା ପ୍ରତି ବିଶେଷ ଧ୍ୟାନ ଦିଆଯିବ। ତେଣୁ, ପ୍ରତିଯୋଗିତା ଚାଲିଥିବା ସମୟରେ ଭାରତରେ ରହିଥିବା ସେମାନଙ୍କର ମାତାପିତା ଓ ପରିବାର ସଦସ୍ୟଙ୍କ ପାଇଁ ନିୟମିତ ଭିଡିଓ କନଫରେନ୍ସ ଆୟୋଜନ କରାଯିବ।

ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇ କୁହାଯାଇଥିଲା ଯେ ୧୧ଟି କ୍ରୀଡ଼ା ବର୍ଗରେ ୧୦୦ ଜଣ କ୍ରୀଡ଼ାବିତ୍ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ଏବଂ ଆହୁରି ୨୫ ଜଣ କ୍ରୀଡ଼ାବିତ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ ବୋଲି ଆଶା କରାଯାଉଛି ଯାହାର ବିବରଣୀ ଜୁନ ୨୦୨୧ ଶେଷ ସୁଦ୍ଧା ପ୍ରକାଶ ପାଇବ।

୨୦୧୬ରେ ରିଓ ଡି ଜେନେରିଓରେ ଅନୁଷ୍ଠିତ ପୂର୍ବ ବର୍ଷର ପାରା ଅଲିମ୍ପିକ୍ସରେ ମୋଟ୍ ୧୯ ଜଣ ଭାରତୀୟ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିଲେ। ଟୋକିଓ ଅଲିମ୍ପିକ୍ସ ପାଇଁ ୨୬ ଜଣ ପାରା ଆଥଲେଟ୍ ଯୋଗ୍ୟତା ହାସଲ କରିଥିବା ବେଳେ ଆହୁରି ୧୬ ଜଣ ଏଥିପାଇଁ ଯୋଗ୍ୟତା ଅର୍ଜନ କରିବେ ବୋଲି ଆଶା କରାଯାଉଛି।

ଟୋକିଓ ଅଲିମ୍ପିକ୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.