Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଖୋଲିଲା ଅନଲାଇନ ବ୍ୟବସ୍ଥା, ଜାଣନ୍ତୁ କେମିତି କରିବେ ଆବେଦନ
ବିଶେଷ ଖବର

କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଖୋଲିଲା ଅନଲାଇନ ବ୍ୟବସ୍ଥା, ଜାଣନ୍ତୁ କେମିତି କରିବେ ଆବେଦନ

June 5, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଖୋଲିଲା ଅନଲାଇନ ବ୍ୟବସ୍ଥା, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର, ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନର ଅର୍ଥ ଜମାକରି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମା ରାଶିର ପରିମାଣ ନିରୁପରଣ ନିମନ୍ତେ ସଂପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନ୍‌ରେ ଦାବି ଦରଖାସ୍ତ ଆହ୍ୱାନ ନିମନ୍ତେ ଓଡ଼ିଶା ସରକାରଙ୍କର ଏକ ନୂତନ ୱେବ୍‌ସାଇଟ୍‌ ଆଜି ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉନ୍ମୋଚନ କରିଛନ୍ତି ।

କ୍ଷତିଗ୍ରସ୍ତ ଜମାକାରୀମାନେ ଅନ୍‌ଲାଇନ୍‌ରେ ଆବେଦନ ପାଇଁ ଓଡ଼ିଶା ସରକାରଙ୍କର ଏହି ୱେବ୍‌ସାଇଟ୍‌ ହେଉଛି www.opid.odisha.gov.in ।

ପୂର୍ବରୁ ମେସର୍ସ ରୋଜ୍‌ ଭ୍ୟାଲି ଗ୍ରୁପ୍‌ ଅଫ୍‌ କମ୍ପାନୀସମୂହର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅଫ୍‌ଲାଇନ୍‌ରେ ଦାବି ଆବେଦନ ଆହ୍ୱାନ କରାଯାଇଥିଲା । ସେହିସବୁ ଦାବି ଆବେଦନ ପତ୍ର ଗ୍ରହଣ, ତାହାର ଡିଜିଟାଇଜେସନ୍‌, ଡିଜିଟାଇଜ ଡାଟା ଅନୁସାରେ କ୍ଷେତ୍ରୀୟ ତଦନ୍ତ ରିପୋର୍ଟର ଡିଜିଟାଇଜେସନ୍‌ ଆଦି କାର୍ଯ୍ୟ ସମୟ ସାପେକ୍ଷ, କଷ୍ଟକର ଓ ବ୍ୟୟବହୁଳ ଥିଲା। ଏହାକୁ ଦୃଷ୍ଟିରେ ରଖି କ୍ଷତିଗ୍ରସ୍ତ ଜମାକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏକ ସହଜ ଓ ସରଳ ୱେବ୍‌ସାଇଟ୍‌ ଓଡ଼ିଶା କଂପୁଟର ଆପ୍ଲିକେସନ୍‌ ସେଣ୍ଟର (ଓକାକ୍‌) ଜରିଆରେ ଡିଜାଇନ୍‌ କରିଛନ୍ତି ।

କ୍ଷତିଗ୍ରସ୍ତ ଜମାକାରୀମାନେ କେମିତି କରିବେ ଆବେଦନ

ବର୍ତ୍ତମାନ ଏହି ୱେବ୍‌ସାଇଟ୍‌ ପ୍ରଚଳନ ପରେ କ୍ଷତିଗ୍ରସ୍ତ ଜମାକାରୀମାନଙ୍କୁ ଦରଖାସ୍ତ ଦେବା ପାଇଁ ଆଉ ତହସିଲ ଅଫିସକୁ ଯିବାକୁ ପଡ଼ିବ ନାହିଁ । ଏଣିକି ସେମାନେ ନିଜ ଘରୁ କିମ୍ବା ନିକଟସ୍ଥ ‘ମୋ ସେବା କେନ୍ଦ୍ର’ର ସହାୟତା ନେଇ ଅନ୍‌ଲାଇନ୍‌ରେ ସେମାନଙ୍କ ଦାବି ଦରଖାସ୍ତ ଦାଖଲ କରିପାରିବେ । ନିକଟସ୍ଥ ମୋ ସେବା କେନ୍ଦ୍ରଗୁଡିକର ଠିକଣା ରାଜ୍ୟ ସରକାରଙ୍କ www.odisha.gov.in ସାଇଟ୍‌ରେ ଉପଲବ୍ଧ ଅଛି । ଅନ୍‌ଲାଇନ୍‌ ମାଧ୍ୟମରେ ଦାଖଲ ହୋଇଥିବା ଦାବି ଦରଖାସ୍ତଗୁଡ଼ିକୁ ଖୁବ୍‌ କମ୍‌ ସମୟ ମଧ୍ୟରେ ପ୍ରକି୍ରୟାକରଣ କରାଯାଇ ପାରିବ ।

ଏତଦ୍‌ବ୍ୟତୀତ କ୍ଷେତ୍ରୀୟ ତଦନ୍ତ ଟିମ୍‌ମାନେ କ୍ଷେତ୍ରୀୟ ସ୍ତରରେ ତଦନ୍ତ କରି ପ୍ରକୃତ ଜମାକାରୀ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମାରାଶିର ପରିମାଣ ନିରୁପଣ ପାଇଁ ଏହି ୱେବ୍‌ସାଇଟ୍‌ ଅତ୍ୟନ୍ତ ସହାୟକ ହେବ । ଜମାକାରୀମାନେ ଅନ୍‌ଲାଇନ୍‌ ଆବେଦନ କଲାବେଳେ କୌଣସି ବୈଷୟିକ ଅସୁବିଧାର ସମ୍ମୁଖୀନ ହେଲେ ତାହାର ସମାଧାନ ପାଇଁ ଟୋଲ୍‌ ଫି୍ର ନମ୍ବର ମଧ୍ୟ ଜାରି କରାଯାଇଛି ।

ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଯୋଗୁଁ ରାଜ୍ୟବ୍ୟାପି ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ଚାଲୁଥିବାବେଳେ ଏହି ୱେବ୍‌ସାଇଟ୍‌ ପ୍ରଚଳନ ଦ୍ୱାରା ଜମାକାରୀମାନେ ଅନ୍‌ଲାଇନ୍‌ ମାଧ୍ୟମରେ ସେମାନଙ୍‌କର ଦାବି ଆବେଦନ(କ୍ଲେମ୍‌ ଆପ୍ଲିକେସନ୍‌) ଦାଖଲ କରି ବହୁଳ ଭାବେ ଉପକୃତ ହେବେ ବୋଲି ଆଶା ଓ ବିଶ୍ୱାସ।

ରାଜ୍ୟର କ୍ଷତିଗ୍ରସ୍ତ ଜମାକାରୀମାନଙ୍କ ସ୍ୱାର୍ଥସାଧନ କରିବାରେ ଏହି ୱେବ୍‌ସାଇଟ୍‌ ପ୍ରଚଳନ ବାସ୍ତବିକ ରାଜ୍ୟ ସରକାରଙ୍କର ଏକ ବଳିଷ୍ଠ ଓ ଯୁଗାନ୍ତକାରୀ ପଦକ୍ଷେପ। ସରକାରଙ୍କର ୫-ଟି ଏଜେଣ୍ଡାର ଆଭିମୁଖ୍ୟ ଅନୁଯାୟୀ ଏହି ୱେବ୍‌ସାଇଟ୍‌ ପ୍ରଚଳନ ଦ୍ୱାରା ପ୍ରକୃତ କ୍ଷତିଗ୍ରସ୍ତ ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମାରାଶି ନିରୁପଣ ଅତ୍ୟନ୍ତ ସ୍ୱଚ୍ଛତାର ସହିତ ଏକ ନିର୍ଦ୍ଦିଷ୍ଟ ସମୟସୀମାରେ କରାଯାଇପାରିବ।

ବର୍ତ୍ତମାନ କେଉଁ ଜମାକାରୀମାନେ କରିବେ ଆବେଦନ

ପ୍ରାରମ୍ଭିକ ପର୍ଯ୍ୟାୟରେ ହାଇ- ଟେକ୍‌ ଇଷ୍ଟେଟସ୍‌ ଓ ପ୍ରମୋଟର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ମେସର୍ସ ରାଜଧାନୀ ସିଷ୍ଟମ୍‌ ଓ ଇଷ୍ଟେଟସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀର କଲ୍ୟାଣ ବିହାର, କଲ୍ୟାଣ ବିହାର ଫେଜ- ୨, ଭାଗ୍ୟନଗର, କୁଞ୍ଜବିହାର ଓ ପୁଷ୍ପାଞ୍ଜଳି ଏନ୍‌କ୍ଲେଭ୍‌ ଯୋଜନାରେ ବସୋପଯୋଗୀ ଜମି (ପ୍ଲଟ୍‌) ପାଇଁ ଟଙ୍କା ଜମା ଦେଇ କୌଣସି ଜମି(ପ୍ଲଟ୍‌) ନପାଇ କିମ୍ବା ଜମାରାଶି ଫେରସ୍ତ ନପାଇ କ୍ଷତିଗ୍ରସ୍ତ ହୋଇଥିବା ପ୍ରକୃତ ଜମାକାରୀଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମାରାଶିର ପରିମାଣ ନିରୁପଣ ନିମନ୍ତେ ସଂପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଜୁନ ୪ରୁ ୧୯ ତାରିଖ ପର୍ଯ୍ୟନ୍ତ ଦାବି ଦରଖାସ୍ତ ଆହ୍ୱାନ କରାଯାଉଛି ।

ଏହା ପରେ ଜମାକାରୀମାନଙ୍କ ଅର୍ଥ ଆତ୍ମସାତ୍‌ କରିଥିବା ଯେଉଁସବୁ ପ୍ରତିଷ୍ଠାନର ଜବତ ସ୍ଥାବର ଓ ଅସ୍ଥାବର ସଂପତ୍ତି ବାଜ୍ୟାପ୍ତ ନିମିତ୍ତ ସରକାର ଦେଇଥିବା ଅନ୍ତରୀଣ କୋରଖ ଆଦେଶକୁ ମାନ୍ୟବର ପଦନାମିତ ନ୍ୟାୟାଳୟମାନେ ନିରଙ୍କୁଶ କରିଛନ୍ତି । ପର୍ଯ୍ୟାୟ କ୍ରମେ ସେହିସବୁ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନ୍‌ ଦାବି ଦରଖାସ୍ତ ଆହ୍ୱାନ କରାଯିବ ।

ନିରଞ୍ଜନ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.