Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସରକାର ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବେ
ବିଶେଷ ଖବର

ରାଜ୍ୟ ସରକାର ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବେ

June 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସରକାର ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବେ

ଭୁବନେଶ୍ୱର,  ରାଜ୍ୟ ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରହିଥିବାବେଳେ ରାଜ୍ୟର ଉଦ୍ୟନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ।

ଆଜି ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସହକାରୀ ଉଦ୍ୟାନ କୃଷି ଅଧିକାରୀଙ୍କ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ଚଳିତ ବୃକ୍ଷରୋପଣ ଋତୁରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଉନ୍ନତ ମାନର ଚାରା ପ୍ରସ୍ତୁତି ଓ ଯୋଗାଣ ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ ।

ରାଜ୍ୟରେ ଫଳ ଓ ପନିପରିବା ଚାଷ କରିବା ପାଇଁ ବ୍ୟାପକ ସୁଯୋଗ ରହିଥିବା ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ବୃକ୍ଷରୋପଣ ନିମନ୍ତେ ଯୋଗାଇ ଦିଆଯାଉଥିବା ସବୁ ସାମଗ୍ରୀ ଯେପରି ସଠିକ୍‌ ସମୟରେ ଓ ସଠିକ୍‌ ମାନର ହୋଇଥିବ ତା’ର କଡ଼ାକଡ଼ି ତଦାରଖ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ ।

ବିଭାଗ ଦ୍ୱାରା କରାଯାଉଥିବା ବୃକ୍ଷରୋପଣର ସ୍ଥିତାବସ୍ଥା ସଂପର୍କରେ ନିୟମିତ ସମୀକ୍ଷା କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ସହିତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ନୂତନ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାଦ୍ୱାରା ଆତ୍ମନିଯୁକ୍ତି ମିଳିବା ସହିତ ଅନେକ ନୂତନ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ ।

ବ୍ଲକ୍‌ ଏବଂ ଜିଲ୍ଲାସ୍ତରରୁ ତଥ୍ୟ ସଂଗ୍ରହ କରି ରାଜ୍ୟର ଉଦ୍ୟାନ କୃଷି କ୍ଷେତ୍ର ସଂପର୍କରେ ଏକ ବିସ୍ତୃତ ଓ ନିର୍ଭୁଲ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ କହିଥିଲେ । ଉଦ୍ୟାନ କୃଷି ଯୋଜନାର ସଫଳ ରୂପାୟନ ଦିଗରେ ସହକାରୀ ଉଦ୍ୟାନ କୃଷି ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଉଦ୍ୟାନ କୃଷି ଉତ୍ପାଦନରେ ରାଜ୍ୟକୁ ସ୍ୱାବଲମ୍ବୀ କରିବା ନିମନ୍ତେ ଦକ୍ଷତାର ସହିତ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଏଥି ସହିତ ଯୋଜନାଗୁଡ଼ିକ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ପ୍ରାରମ୍ଭରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ ।

ବୈଠକରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନଙ୍କ ସମେତ ରାଜ୍ୟର ସମସ୍ତ ସହକାରୀ ଉଦ୍ୟାନ କୃଷି ଅଧିକାରୀମାନେ ଯୋଗଦେଇଥିଲେ । ପୂର୍ବାହ୍ନରେ ମନ୍ତ୍ରୀ ଡ. ସାହୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ସହ ଡେରାସ୍‌ ଫାର୍ମ ପରିଦର୍ଶନ କରିଥିଲେ ।

ଉଦ୍ୟାନ କୃଷି କୃଷି ଓ କୃଷକ ସଶକ୍ତିକରଣ ଡ. ଅରୁଣ କୁମାର ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.