Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୯.୪୧ କୋଟି ଟଙ୍କାର ବିଭିନ୍ନ ସ୍ବାସ୍ଥ୍ୟ ପ୍ରକଳ୍ପ ସହ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୨୯.୪୧ କୋଟି ଟଙ୍କାର ବିଭିନ୍ନ ସ୍ବାସ୍ଥ୍ୟ ପ୍ରକଳ୍ପ ସହ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 9, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ ଆରଟିପିସିଆର ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍‌ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା। ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ। ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି। ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅକ୍‌ସିଜେନର ଉତ୍ପାଦନ ଠାରୁ ଆରମ୍ଭ କରି ରୋଗୀକୁ ସେବା ଯୋଗାଇ ଦେବା ପର୍ଯ୍ୟନ୍ତ ବ୍ୟବସ୍ଥା ଏକ ଜଟିଳ ପ୍ରକ୍ରିୟା। ଏଥିରେ ବହୁତ ଯନ୍ତ୍ରପାତି, ଯାନବାହାନ, ନିରନ୍ତର ତଦାରଖ ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଆବଶ୍ୟକତା ଜରୁରୀ। ଓଡିଶାକୁ ଆମେ ଦେଶର ବିଭିନ୍ନ ସ୍ଥାନରୁ ଏପରିକି ଚୀନ୍‌ରୁ ମଧ୍ୟ ଅକ୍‌ସିଜେନ ସିଲିଣ୍ଡର ଆଣି ଆମର ବ୍ୟବସ୍ଥାକୁ ସୁଦୃଢ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କରୋନା ଭୂତାଣୁ ସଂକ୍ରମଣର ଅନିଶ୍ଚିତ ଗତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଠାରୁ ହିଁ ଆମକୁ ପ୍ରସ୍ତୁତ ରହିବାକୁ ହେବ। ଏଥିପାଇଁ ଆମର ସ୍ବାସ୍ଥ୍ୟ ଭିତ୍ତିଭୂମି, ସ୍ବାସ୍ଥ୍ୟ କର୍ମଚାରୀ ଓ ପ୍ରଶିକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ବ ଦେଇ କାମ କରାଯାଉଛି। ଆଜିର ନୂଆ ବ୍ୟବସ୍ଥା ଗୁଡିକ ଲୋକଙ୍କୁ ଖୁବଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଏହିସବୁ ଭିତ୍ତିଭୂମି ପାଇଁ କର୍ପୋରେଟ କ୍ଷେତ୍ରର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ରାଜ୍ୟର ସମସ୍ତ ପ୍ରମୁଖ ହସ୍‌ପିଟାଲରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ପରିଶେଷରେ ରଜ ଓ ସାବିତ୍ରୀ ପରି ଉତ୍ସବ ସମୟରେ ଜନସାଧାରଣ ସତର୍କ ରହି, ସମସ୍ତ କୋଭିଡ ନିୟମ ପାଳନ କରି ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଝାରସୁଗୁଡାରୁ ଯୋଗ ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବକିଶୋର ଦାସ କହିଲେ ଯେ ଓଡିଶା ବର୍ତ୍ତମାନ ଅକ୍ସିଜେନ କ୍ଷେତ୍ରରେ ସାରା ଦେଶ ପାଇଁ ଓଡିଶା ଏକ ନୂଆ ଆଶା ହୋଇପାରିଛି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ପରାକାଷ୍ଠାକୁ ପ୍ରଶଂସା କରିଥିଲେ। ଆଜିର ଭିତ୍ତିଭୂମି ବ୍ୟବସ୍ଥା ଦ୍ବାରା ଓଡିଶା ତୃତୀୟ ଲହରୀର ସଫଳ ମୁକାବିଲା କରିପାରିବ ବୋଲି ସେ ଆଶା ପ୍ରକାଶ କରିଥିଲେ। ବଲାଙ୍ଗୀରରୁ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଭୁବନେଶ୍ବରରୁ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଓଡିଶାର ଉଲ୍ଲେଖନୀୟ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବକୁ ପ୍ରଶଂସା କରିବା ସହିତ ଏହାଦ୍ବାରା ଆଗାମୀ ଦିନରେ ଓଡିଶା କୋଭିଡ ସହିତ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟାର ସଫଳ ମୁକାବିଲା କରିପାରିବ ବୋଲି ଆଶାପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଉପମୁଖ୍ୟ ସଚେତକ, ନବରଙ୍ଗପୁର ସାଂସଦ, ବାଲେଶ୍ବର ବିଧାୟକ, କୋରାପୁଟ ବିଧାୟକ, ବଲାଙ୍ଗୀର ବିଧାୟକ, କଟକ-ଚୌଦ୍ବାର ବିଧାୟକ, ନବରଙ୍ଗପୁର ବିଧାୟକ ଆଦି ଯୋଗ ଦେଇ ସେମାନଙ୍କର ବକ୍ତବ୍ୟ ରଖିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସ୍ବାଗତ ଭାଷଣ ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାମାତ୍ର କହିଥିଲେ ଯେ ବର୍ତ୍ତମାନ ନବରଙ୍ଗପୁରକୁ ମିଶାଇ ରାଜ୍ୟର ୧୭ଟି ଜିଲ୍ଲାରେ ଆରଟିପିସିଆର ଟେଷ୍ଟ ଲାବୋରେଟୋରୀ କରାଯାଇଛି। ରାଜ୍ୟର ସବୁ ଜିଲ୍ଲାରେ ଏହି ବ୍ୟବସ୍ଥା କରାଯିବ ବୋଲି ସେ କହିଥିଲେ।

ଓଡିଶା ମେଡିକାଲ କର୍ପୋରେସନର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.