ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୪୩୧ କୁ ବୃଦ୍ଧି

Published: Jun 16, 2021, 10:34 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୪୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ପୁରୀ ଜିଲ୍ଲାରୁ ୪ ଜଣ, କଟକ, ଝାରସୁଗୁଡା, ରାୟଗଡା, ସୁନ୍ଦରଗଡ ଓ ଜଗତସିଂହପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବରଗଡ, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ, କନ୍ଧମାଳ, କେନ୍ଦୁଝର, ନୂଆପଡା, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୩ ହଜାର ୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୧୧ ହଜାର ୭୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୭ ହଜାର ୭୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୪୩୧ କୁ ବୃଦ୍ଧି ହୋଇଛି।

Related posts